ଦେଶ ବିଦେଶ

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ: ଏଥରକ ବି ଛାତ୍ରଙ୍କ ତୁଳନାରେ ଆଗରେ ଅଛନ୍ତି ଛାତ୍ରୀ

ଭୁବନେଶ୍ୱର: ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ ବୋର୍ଡ ପରୀକ୍ଷା ଫଳ। ଚଳିତ ବର୍ଷ ମଧ୍ୟ ପୁଅଙ୍କ ଠାରୁ ଆଗରେ ଅଛନ୍ତି ଝିଅ। ଚଳିତ ବର୍ଷ ଆଇସିଏସ୍‌ଇ ଦଶମ ବୋର୍ଡ ପରୀକ୍ଷାରେ ୯୯.୯୭ ପ୍ରତିଶତ ଛାତ୍ର ପାସ୍‌ କରିଥିବା ବେଳେ ୯୯.୯୮ ପ୍ରତିଶତ ଛାତ୍ରୀ ପାସ୍‌ କରିଥିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ ରବିବାର ଅପରାହ୍ନରେ ଆଇସିଏସ୍‌ଇ ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏ ନେଇ ବୋର୍ଡ ପକ୍ଷରୁ ପୂର୍ବରୁ ସୂଚିତ କରାଯାଇଥିଲା। ତେବେ ପୂର୍ବ ବର୍ଷ ଭଳି ଏଥରକ ମଧ୍ୟ ଛାତ୍ରଙ୍କ ତୁଳନାରେ ଛାତ୍ରୀମାନେ ଅଧିକ ହାରରେ ପାସ୍‌ କରିଛନ୍ତି। ପୁଅଙ୍କ ତୁଳନାରେ ଏଥରକ ଅଧିକ ପରିମାଣର ଝିଅ ପାସ୍‌ କରିଛନ୍ତି। ରେଜଲ୍ଟ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଛାତ୍ରଛାତ୍ରୀ ଅଫିସିଆଲ ୱେବ୍‌ସାଇଟ୍‌କୁ ଯାଇ ନିଜ ନିଜ ପରୀକ୍ଷା ଫଳ ଚେକ୍‌ କରିପାରିବେ।

Also Read: ଦ୍ରୁତ ବେଗରେ ପୃଥିବୀ ଆଡ଼କୁ ମାଡ଼ି ଆସୁଛି ମହାକାଶୀୟ ଆଷ୍ଟ୍ରୋଏଡ୍‌, ଚେତାବନୀ ଦେଲେ ବୈଜ୍ଞାନିକ

WCW 11

Recent Posts

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

1 min ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

2 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

6 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

29 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

36 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

43 mins ago