ଇମ୍ରାନ ଖାନଙ୍କୁ ଇସ୍‌ଲାମାବାଦ ହାଇକୋର୍ଟରୁ ବଡ଼ ଆଶ୍ୱସ୍ତି, ତୋଷଖାନା ମାମଲାରେ ଜେଲ୍‌ରୁ ମୁକ୍ତ କରିବାକୁ ଆଦେଶ

ତୋଷଖାନା ଦୁର୍ନୀତି ମାମଲାରେ ଇମ୍ରାନ ଖାନ୍‌ଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଟିଆଇ ମୁଖ୍ୟ ଇମ୍ରାନ ଖାନଙ୍କୁ ଇସ୍‌ଲାମାବାଦ ହାଇକୋର୍ଟ ଆଶ୍ୱସ୍ତି ପ୍ରଦାନ କରିବାକୁ ଯାଇ ତାଙ୍କୁ ଜେଲ୍‌ରୁ ମୁକ୍ତ କରିବାକୁ ଆଦେଶ ଦେଇଛନ୍ତି।

ତୋଷଖାନା ଦୁର୍ନୀତି ମାମଲାରେ ଇମ୍ରାନ ଖାନ୍‌ଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଟିଆଇ ମୁଖ୍ୟ ଇମ୍ରାନ ଖାନଙ୍କୁ ଇସ୍‌ଲାମାବାଦ ହାଇକୋର୍ଟ ଆଶ୍ୱସ୍ତି ପ୍ରଦାନ କରିବାକୁ ଯାଇ ତାଙ୍କୁ ଜେଲ୍‌ରୁ ମୁକ୍ତ କରିବାକୁ ଆଦେଶ ଦେଇଛନ୍ତି। ହାଇକୋର୍ଟ ନିମ୍ନ ଅଦାଲତଙ୍କ ନିଷ୍ପତ୍ତି ଉପରେ ରୋକ୍‌ ଲଗାଇ ଦେଇଛନ୍ତି। ସେପଟେ ପିଟିଆଇ ତରଫରୁ ଏହାକୁ ସମ୍ବିଧାନର ବିଜୟ ବୋଲି କୁହାଯାଇଛି।

କହି ରଖୁଛୁ, ୨୦୨୨ ଅଗଷ୍ଟରେ ଯେତେବେଳେ ପାକିସ୍ତାନ ମୁସଲିମ ଲିଗ୍-ନୱାଜ (ପିଏମଏଲ-ଏନ)ଙ୍କ ମିଳିତ ସରକାର ଇମ୍ରାନଙ୍କ ବିରୋଧରେ ମାମଲା ଦାୟର କରିଥିଲା, ସେହି ସମୟରେ ତୋଷଖାନା ବିବାଦ ସାମ୍ନାକୁ ଆସିଥିଲା। ଏଥିରେ ଦାବି କରାଯାଇଥିଲା ଯେ ଇମ୍ରାନ ଖାନ ତୋଷଖାନାକୁ ଦିଆଯାଇଥିବା ଉପହାରଗୁଡ଼ିକ ବିଷୟରେ ତଥ୍ୟ ଖୁଲାସା କରି ନାହାନ୍ତି ଏବଂ କିଛି ଉପହାରର ବେଆଇନ ବିକ୍ରୟରୁ ସେ ଆୟ କରିଛନ୍ତି।

ସୂଚନାଥାଉ କି, ଇମ୍ରାନ ଖାନଙ୍କୁ ଅଟକ ଜେଲ୍‌ରେ ରଖାଯାଇଛି, କିନ୍ତୁ ସେ ଚାହୁଁଥିଲେ ଯେ ତାଙ୍କୁ ଅଟକରୁ ରାଓ୍ଵଲପିଣ୍ଡିର ଅଦିୟାଲା ଜେଲ୍‌କୁ ଶିଫ୍ଟ କରାଯାଉ। ଇମ୍ରାନଙ୍କୁ ତୋଷଖାନା ମାମଲାରେ ୩ ବର୍ଷର ଦଣ୍ଡ ଶୁଣାଯାଇଥିଲା। ଏହା ବ୍ୟତୀତ ନିର୍ବାଚନ ଆୟୋଗ ତାଙ୍କ ଉପରେ ୫ ବର୍ଷ ପାଇଁ ନିର୍ବାଚନ ଲଢ଼ିବା ଉପରେ ରୋକ୍‌ ଲଗାଇ ଦେଇଥିଲେ। ଇମ୍ରାନ ତୋଷଖାନା ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ନିମ୍ନ ଅଦାଲତଙ୍କ ନିଷ୍ପତ୍ତିକୁ ଇସ୍‌ଲାମାବାଦ ହାଇକୋର୍ଟରେ ଚ୍ୟାଲେଞ୍ଜ ଦେଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.