ତୋଷଖାନା ଦୁର୍ନୀତି ମାମଲାରେ ଇମ୍ରାନ ଖାନ୍ଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଟିଆଇ ମୁଖ୍ୟ ଇମ୍ରାନ ଖାନଙ୍କୁ ଇସ୍ଲାମାବାଦ ହାଇକୋର୍ଟ ଆଶ୍ୱସ୍ତି ପ୍ରଦାନ କରିବାକୁ ଯାଇ ତାଙ୍କୁ ଜେଲ୍ରୁ ମୁକ୍ତ କରିବାକୁ ଆଦେଶ ଦେଇଛନ୍ତି। ହାଇକୋର୍ଟ ନିମ୍ନ ଅଦାଲତଙ୍କ ନିଷ୍ପତ୍ତି ଉପରେ ରୋକ୍ ଲଗାଇ ଦେଇଛନ୍ତି। ସେପଟେ ପିଟିଆଇ ତରଫରୁ ଏହାକୁ ସମ୍ବିଧାନର ବିଜୟ ବୋଲି କୁହାଯାଇଛି।
କହି ରଖୁଛୁ, ୨୦୨୨ ଅଗଷ୍ଟରେ ଯେତେବେଳେ ପାକିସ୍ତାନ ମୁସଲିମ ଲିଗ୍-ନୱାଜ (ପିଏମଏଲ-ଏନ)ଙ୍କ ମିଳିତ ସରକାର ଇମ୍ରାନଙ୍କ ବିରୋଧରେ ମାମଲା ଦାୟର କରିଥିଲା, ସେହି ସମୟରେ ତୋଷଖାନା ବିବାଦ ସାମ୍ନାକୁ ଆସିଥିଲା। ଏଥିରେ ଦାବି କରାଯାଇଥିଲା ଯେ ଇମ୍ରାନ ଖାନ ତୋଷଖାନାକୁ ଦିଆଯାଇଥିବା ଉପହାରଗୁଡ଼ିକ ବିଷୟରେ ତଥ୍ୟ ଖୁଲାସା କରି ନାହାନ୍ତି ଏବଂ କିଛି ଉପହାରର ବେଆଇନ ବିକ୍ରୟରୁ ସେ ଆୟ କରିଛନ୍ତି।
ସୂଚନାଥାଉ କି, ଇମ୍ରାନ ଖାନଙ୍କୁ ଅଟକ ଜେଲ୍ରେ ରଖାଯାଇଛି, କିନ୍ତୁ ସେ ଚାହୁଁଥିଲେ ଯେ ତାଙ୍କୁ ଅଟକରୁ ରାଓ୍ଵଲପିଣ୍ଡିର ଅଦିୟାଲା ଜେଲ୍କୁ ଶିଫ୍ଟ କରାଯାଉ। ଇମ୍ରାନଙ୍କୁ ତୋଷଖାନା ମାମଲାରେ ୩ ବର୍ଷର ଦଣ୍ଡ ଶୁଣାଯାଇଥିଲା। ଏହା ବ୍ୟତୀତ ନିର୍ବାଚନ ଆୟୋଗ ତାଙ୍କ ଉପରେ ୫ ବର୍ଷ ପାଇଁ ନିର୍ବାଚନ ଲଢ଼ିବା ଉପରେ ରୋକ୍ ଲଗାଇ ଦେଇଥିଲେ। ଇମ୍ରାନ ତୋଷଖାନା ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ନିମ୍ନ ଅଦାଲତଙ୍କ ନିଷ୍ପତ୍ତିକୁ ଇସ୍ଲାମାବାଦ ହାଇକୋର୍ଟରେ ଚ୍ୟାଲେଞ୍ଜ ଦେଇଥିଲେ।
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…