Below header

କମୁଛି କରୋନା ଭାଇରସର ପ୍ରକୋପ, ଜାଣନ୍ତୁ ଦେଶରେ ଗୋଟିଏ ଦିନରେ କେତେ ଜଣ ହେଲେ ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬ ହଜାର ୪୬୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୯ ଲକ୍ଷ ୪୬ ହଜାର ୪୨୯ ପହଁଚିଛି।

ସେହିପରି ଗୋଟିଏ ଦିନରେ ୪୮୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ କରୋନା ଜନିତ ମୃତକଙ୍କ ସଂଖ୍ୟା ୧ ଲକ୍ଷ ୧୯ ହଜାର ୫୦୨ରେ ପହଁଚିଛି। ଏବେ ସୁଦ୍ଧା ଦେଶରେ ୭୨ ଲକ୍ଷ ଏକ ହଜାର ୭୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୨୫ ହଜାର ୮୫୭ ଜଣ। କେବଳ ଗତ ୨୪ ଘଣ୍ଟା ମଧ୍ୟରେ ୬୩ ହଜାର ୮୪୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.