ଦେଶ ବିଦେଶ

ବିଶ୍ୱର ୮୩ଟି ରାଷ୍ଟ୍ରରେ କାୟା ବିସ୍ତାର କରୁଛି କରୋନା, ଏହି ଭାଇରସ୍‌ରୁ ମୁକୁଳିବା ପାଇଁ ଭାରତ ସରକାରଙ୍କ ଯୋରଦାର ପ୍ରୟାସ ଜାରି

ନୂଆଦିଲ୍ଲୀ: ବିଶ୍ୱର ୮୩ଟି ରାଷ୍ଟ୍ରରେ କାୟା ବିସ୍ତାର କରୁଛି କରୋନା । ଭାରତରେ ମଧ୍ୟ କରୋନା ଆତଙ୍କ ସୃଷ୍ଟି କରିଛି । ମୁକାବିଲା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି କରାଯାଉଛି । କରୋନା ଭାଇରସ୍‌ର ମୁକାବିଲା ପାଇଁ ଦେଶରେ ୧୫ଟି ଲାବ୍‌ର ବ୍ୟବସ୍ଥା ଥିବା ବେଳେ ଅନ୍ୟ ୧୯ଟି ଲାବ୍‌ ଖୁବ୍‌ ଶୀଘ୍ର ପ୍ରସ୍ତୁତ ହୋଇଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି । ଏହା ବାଦ୍‌ ଦିଲ୍ଲୀ ସରକାର ପାଖାପାଖି ୨୫ଟି ହସ୍ପିଟାଲକୁ ଆଲର୍ଟରେ ରଖିଛନ୍ତି । ଏଠାରେ ୨୫୦ରୁ ଅଧିକ ବେଡ୍‌ କରୋନା ପୀଡିତଙ୍କ ପାଇଁ ରିଜର୍ଭ ରଖାଯାଇଛି । କରୋନା ଭାଇରସ୍‌ରୁ ମୁକୁଳିବା ପାଇଁ ଦିଲ୍ଲୀ ସରକାର ଏକ ଟାକ୍ସଫୋର୍ସ ଗଠନ କରିଛନ୍ତି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯ରେ ପହଞ୍ଚିଛି । ତେବେ ଏମାନଙ୍କ ମଧ୍ୟରୁ କେରଳର ତିନି ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ଦେଶରେ ଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୬ ଜଣ ଇଟାଲୀ ପର୍ଯ୍ୟଟକ । ସେମାନେ ରହୁଥିବା ହୋଟେଲ ଓ ଅନ୍ୟ କେତେକ ସ୍ଥାନରେ ଯାଞ୍ଚ କରାଯାଉଛି ।

ସେପଟେ କରୋନ ମୁକାବିଲା ପାଇଁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ରାଷ୍ଟ୍ରୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ପକ୍ଷରୁ ଆଡଭାଇଜରି ଜାରି କରାଯାଇଛି । ପିଲାଙ୍କ ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । କରୋନାରେ ବର୍ତ୍ତମାନ ସୁଦ୍ଧା ସାରା ବିଶ୍ୱରେ ୩ ହଜାରରୁ ଅଧିକ ଲୋକଙ୍କ ଜୀବନ ଯାଇଛି । ୯୦ ହଜାରରୁ ଅଧିକ ଲୋକ ଏହି ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି ।

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

19 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

27 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

43 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago