ଦେଶ ବିଦେଶ

ବିଶ୍ୱକପ୍‌ ଫାଇନାଲ୍‌ ମ୍ୟାଚ୍‌ ପୂର୍ବରୁ ବାୟୁସେନା କରିବ ଏୟାର ଶୋ’, ୧୦ ମିନିଟ୍‌ ଧରି ଆକାଶରେ ଦେଖାଇବ ଜଲଓ୍ଵା

କ୍ରିକେଟ୍ ବିଶ୍ୱକପ୍ ପାଇଁ ରବିବାର ମହାମୁକାବିଲା। ଏହି ସମୟରେ ପ୍ରଦର୍ଶିତ ହେବ ଭାରତୀୟ ବାୟୁସେନାର ସୂର୍ଯ୍ୟକିରଣ ଏୟାର ଶୋ’। ରବିବାର ଖେଳାଯିବାକୁ ଥିବା ଫାଇନାଲ ମ୍ୟାଚ୍ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ବାୟୁସେନାର ସୂର୍ଯ୍ୟକିରଣ ଏରୋବେଟିକ୍ ଦଳ ଏୟାର ଶୋ’ କରିବେ।

ଅହମ୍ମଦାବାଦସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌ରେ ଫାଇନାଲ ମ୍ୟାଚ୍ ଖେଳାଯିବା ପୂର୍ବରୁ ମୋଟେରାରେ ଏହି ଦଳ ୧୦ ମିନିଟ୍ ଧରି ଏୟାର ଶୋ’ ପ୍ରଦର୍ଶନ କରି ଦର୍ଶକଙ୍କ ମନୋରଞ୍ଜନ କରିବେ। ଏଥିପାଇଁ ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ଅଭ୍ୟାସ କରାଯିବ। ସୂର୍ଯ୍ୟକିରଣ ଏରୋବେଟିକ୍ ଦଳ ୯ଟି ଏୟାରକ୍ରାଫ୍ଟ ସହ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରିଛନ୍ତି।

ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ନଭେମ୍ବର ୧୯ରେ କ୍ରିକେଟ୍‌ ବିଶ୍ୱକପ୍‌ ୨୦୨୩ର ଫାଇନାଲ୍‌ ମ୍ୟାଚ୍‌ ଖେଳାଯିବ। ଭାରତ ସେମିଫାଇନାଲ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଫାଇନାଲ୍‌ରେ ପ୍ରବେଶ କରିଛି। ସେପଟେ ଗୁରୁବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା ଟିମ୍‌କୁ ପରାସ୍ତ କରି ଅଷ୍ଟ୍ରେଲିଆ ଫାଇନାଲ୍‌ରେ ପହଞ୍ଚିଛି।

ମିଡିଆ ରିପୋର୍ଟ ମୁତାବକ, ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଫାଇନାଲ୍‌ ମ୍ୟାଚ୍‌ ଦେଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଷ୍ଟାଡିୟମ୍‌ରେ ଉପସ୍ଥିତ ରହି ଭାରତୀୟ ଟିମ୍‌ର ମନୋବଳ ବଢ଼ାଇବେ। ଏହା ବ୍ୟତୀତ ବିଶ୍ୱକପ୍‌ ଫାଇନାଲ ଦିନ ଏକ ଭବ୍ୟ ଉଦ୍‌ଯାପନୀ ଉତ୍ସବର ଆୟୋଜନ କରାଯିବ। ଖବର ଅନୁସାରେ, ଏହି ସମାରୋହରେ ଅନେକ ବଲିଉଡ୍‌ ଷ୍ଟାର୍‌ ନିଜର ଜଲଓ୍ଵା ଦେଖାଇବେ।

Roshni

Recent Posts

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

3 mins ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି…

13 mins ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

18 mins ago

କୋର୍ଟରୁ ମିଳିଲାନି ଆଶ୍ୱସ୍ତି, କାଲି ତିହାର ଜେଲ୍‌ ଫେରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟ୍‌କା । କୋର୍ଟରୁ ତାଙ୍କୁ ଆଶ୍ୱସ୍ତି ମିଳିନାହିଁ । କୋର୍ଟ ତାଙ୍କ ମଧ୍ୟବର୍ତ୍ତୀକାଳୀନ…

21 mins ago

ଚଳଚଞ୍ଚଳ ରଥ ଖଳା, ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ପୁରୀ(କେନ୍ୟୁଜ୍‌): ଦ୍ରୁତ ଗତିରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ । ଚଳଚଞ୍ଚଳ ରଥ ଖଳା l ତିନି…

28 mins ago

ବାଟ ଛାଡ ଆମ ସାର୍‌ ଆସୁଛନ୍ତି, ଡିଜେ ବଜାଇ ନାଚି ନାଚି ସାରଙ୍କୁ ଘରେ ଛାଡି ଆସିଲେ ଛାତ୍ର

ସୁବର୍ଣ୍ଣପୁର (କେନ୍ୟୁଜ) : ବାଜୁଛି ଡିଜେ ଆଉ ଡିଜେର ତାଳେ ତାଳେ ନୃତ୍ୟ କରୁଛନ୍ତି ଯୁବକମାନେ । ସେପଟେ ସୁସଜ୍ଜିତ…

28 mins ago