ଦେଶ ବିଦେଶ

କୋଚି: ଭାରତୀୟ ନୌସେନାର ଚେତକ୍‌ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, କ୍ରୁ ସଦସ୍ୟଙ୍କ ମୃତ୍ୟୁ, ପାଇଲଟ୍‌ ଗୁରୁତର

କେରଳର କୋଚିରେ ଭାରତୀୟ ନୌସେନାର ଏକ ଚେତକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣେ କ୍ରୁ ସଦସ୍ୟଙ୍କ ମୃତ୍ୟୁ ହୋଇଥିବା ବେଳେ ପାଇଲଟ୍‌ଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। କିନ୍ତୁ ଏ ପର୍ଯ୍ୟନ୍ତ ଭାରତୀୟ ନୌସେନା ପକ୍ଷରୁ କୌଣସି ସରକାରୀ ବୟାନ ସାମ୍ନାକୁ ଆସିନାହିଁ। ଯେତେବେଳେ ଏହି ଦୁର୍ଘଟଣା ଘଟିଥିଲା, ସେତେବେଳେ ହେଲିକପ୍ଟରରେ ଦୁଇଜଣ ଥିଲେ।

ମିଳିଥିବା ସୂଚନା ଅନୁଯାୟୀ, ଚେତକ ହେଲିକପ୍ଟର ତାଲିମ ପାଇଁ ବ୍ୟବହୃତ ହେଉଥିଲା। ପ୍ରଶିକ୍ଷଣ ପାଇଁ ହେଲିକପ୍ଟରଟି ଉଡ଼ାଣ ଭରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। କୋଚିସ୍ଥିତ ଭାରତୀୟ ନୌସେନାର ମୁଖ୍ୟାଳୟ INS ଗରୁଡ଼ର ରନୱେରେ ହେଲିକପ୍ଟର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ପ୍ରାଥମିକ ରିପୋର୍ଟ ମୁତାବକ, ଏହି ଦୁର୍ଘଟଣା ଶନିବାର ଅପରାହ୍ନ ୨ଟା ୩୦ ମିନିଟ୍‌ରେ ଘଟିଥିଲା। ବର୍ତ୍ତମାନ କେରଳ ପୋଲିସ ଏବଂ ସେନାର ଏଜେନ୍ସି ମାମଲାର ତଦନ୍ତ ଆରମ୍ଭ କରିଛନ୍ତି।

ଏହି ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଏଲ୍‌ଏଏମ୍‌ ଯୋଗେନ୍ଦ୍ର ସିଂଙ୍କୁ ନୌସେନାର ମୁଖ୍ୟ ଆଡମିରାଲ ଆର୍‌. ହରି କୁମାର ଏବଂ ସମସ୍ତ ନୌସେନା କର୍ମଚାରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରିପୋର୍ଟ ଅନୁଯାୟୀ, ରନୱେରେ ଉଡ଼ାଣ ଭରିବା ସମୟରେ ହେଲିକପ୍ଟରର ରୋଟର୍ ବ୍ଲେଡ୍‌ରେ କାଟି କ୍ରୁ ସଦସ୍ୟଙ୍କର ମୃତ୍ୟୁ ହୋଇଛି। ସେପଟେ ଆହତ ପାଇଲଟଙ୍କୁ ଭାରତୀୟ ନୌସେନାର ସଞ୍ଜୀବନୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଏବଂ ସେଠାରେ ତାଙ୍କର ଚିକିତ୍ସା ଚାଲିଛି।

Roshni

Recent Posts

ବିହାର: ପାଟନା ବିମାନବନ୍ଦରକୁ ମିଳିଲା ବୋମା ବିସ୍ଫୋରଣ ଧମକ, ଏୟାରପୋର୍ଟରେ ଥରିଲେ ଯାତ୍ରୀ

ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍‌ ମାଧ୍ୟମରେ ମିଳିଛି, ଯାହାକୁ…

17 mins ago

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

20 mins ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଡାଏଟ୍‌ ଓ ଏକ୍ସରସାଇଜ୍‌ରେ କରନ୍ତୁ ଏପରି ପରିବର୍ତ୍ତନ

ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍‌ କରିବା ପରେ ମଧ୍ୟ…

27 mins ago

ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର, ମେଡିକାଲରେ ଭର୍ତ୍ତି, ଡାକ୍ତର କଲେ ମୃତ ଘୋଷଣା

କେନ୍ୟୁଜ (ବ୍ୟୁରୋ) : ଭୁବନେଶ୍ୱର ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର । ଆଜି ୟୁନିଟ ୩ ମସଜିଦ କଲୋନୀ ନିକଟରେ…

29 mins ago

ଶୁଣିବା ଶକ୍ତି ହରାଇଲେ ପ୍ରସିଦ୍ଧ ବଲିଉଡ୍ ଗାୟିକା ଅଲକା ୟାଗନିକ୍, ପୋଷ୍ଟରେ କହିଲେ…

ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…

1 hour ago

ସିକ୍କିମ୍‌ରେ ବର୍ଷା ଓ ଭୂସ୍ଖଳନ ଯୋଗୁ ସ୍ଥିତି ସାଂଘାତିକ, ୨,୦୦୦ ପର୍ଯ୍ୟଟକଙ୍କୁ ଏୟାରଲିଫ୍ଟ କରିବାକୁ ଚାଲିଛି ପ୍ରସ୍ତୁତି

ସିକ୍କିମ୍‌ରେ ବର୍ତ୍ତମାନ ସ୍ଥିତି ସାଂଘାତିକ । ଏଠାରେ କ୍ରମାଗତ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ପରିସ୍ଥିତି ଜଟିଳ ହୋଇପଡ଼ିଛି ।…

1 hour ago