ଦେଶ ବିଦେଶ

ଲୋକସଭାରେ ଅନ୍ତରୀଣ ବଜେଟ ଉପସ୍ଥାପନ : ପିଏମ କିସାନ ସମ୍ମାନ ନିଧି ଯୋଜନାରେ ୧୧.୮ କୋଟି ଚାଷୀ ଲାଭ ଉଠାଇଛନ୍ତି

ସଂସଦରେ ବଜେଟ ଉପସ୍ଥାପନା କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ୨୦୪୭ ସୁଦ୍ଧା ବିକଶିତ ଭାରତ ଆମର ମୂଳ ଲକ୍ଷ୍ୟ ବୋଲି କହିଛନ୍ତି । ସବୁ ବର୍ଗର ଯୋଗ୍ୟ ବ୍ୟକ୍ତିଙ୍କୁ ସୁବିଧା ଯୋଗାଉଛନ୍ତି ସରକାର । ଗରିବ, ମହିଳା, ଯୁବ ଏବଂ ଅନ୍ନଦାତାଙ୍କ ଉନ୍ନତିକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି । ଦେଶରେ ଗତ ୧୦ ବର୍ଷରେ ଅର୍ଥ ବ୍ୟବସ୍ଥାରେ ଉନ୍ନତି ହୋଇଛି ଆଉ ରୋଜଗାର ବଢିଛି ।  ଲୋକଙ୍କ ପାଖରେ ସମସ୍ତ ସରକାରୀ ଯୋଜନା ପହଞ୍ଚିପାରିଛି । ଅର୍ଥ ବ୍ୟବସ୍ଥାରେ ସକାରାତ୍ମକ ପରିବର୍ତ୍ତନ ଆସିଥିବା ବେଳେ ଗୃହ, ପାଣି, ବିଦ୍ୟୁତ ଭଳି ସୁବିଧା ଲୋକଙ୍କ ପାଖରେ ପହଞ୍ଚିଛି ।  ସମସ୍ତ ଯୋଜନା ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର ।  ଦେଶରେ ୧୦ ବର୍ଷରେ ଭିତ୍ତିଭୂମିର ବିକାଶ ହୋଇଛି ।

ପିଏମ କିସାନ ସମ୍ମାନ ନିଧି ଯୋଜନା ଜରିଆରେ କୋଟି କୋଟି କୃଷକଙ୍କୁ ଲାଭ ମିଳିଛି । ସେମାନଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଟ୍ରାନ୍ସଫର ହୋଇଛି । ପ୍ରାୟ ୧୧.୮ କୋଟି ଚାଷୀ ଲାଭ ଉଠାଇଛନ୍ତି । ଏହି ଯୋଜନାର ଲାଭ ଦେଶର ଅନ୍ନଦାତା ଉଠାଉଛନ୍ତି । ପିଏମ ଫସଲ ଯୋଜନାର ଲାଭ ୪ କୋଟି କୃଷକ ପାଇଛନ୍ତି । ୨୫ କୋଟି ଲୋକଙ୍କୁ ଦାରିଦ୍ର୍ୟ ସୀମା ରେଖାରୁ ବାହାରକୁ ଅଣାଯାଇଛି ।  ୮୦ କୋଟି ଲୋକଙ୍କୁ  ରାସନ ସାମଗ୍ରୀ ସୁବିଧା ମିଳୁଛି ।

ଡିବିଟି ଜରିଆରେ ୩୪ ଲକ୍ଷ କୋଟି ପ୍ରଦାନ କରାଯାଇଛି । ପିଏମ ସ୍ୱନିଧି ଯୋଜନାରେ ୭୮ ଲକ୍ଷ ଭେଣ୍ଡରର୍ସଙ୍କୁ ଲାଭ ମିଳିଛି । ୩୪ ଲକ୍ଷ କୋଟି ଟଙ୍କା ଜନଧନ ଜରିଆରେ ଟ୍ରାନ୍ସଫର ହୋଇଛି ।

Swagatika

Recent Posts

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

6 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

18 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

25 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

27 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

45 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

1 hour ago