ମୁହଁ ଟାଣ ଦେଖାଇଲେ ମମତା, ପୁଣି ଦୀଘାରେ ଜଗନ୍ନାଥ ମନ୍ଦିର ସମ୍ମୁଖରେ ଲାଗିଲା ଜଗନ୍ନାଥ ଧାମ ପୋଷ୍ଟର

ମାନୁନାହାଁନ୍ତି ମମତା ।  ଜିଦରେ ଅଟଳ ଦିଦି ।  ଦୀଘାରେ ଜଗନ୍ନାଥ ମନ୍ଦିର ସମ୍ମୁଖରେ ପୁଣି ବଡ ବଡ ଅକ୍ଷରରେ ଜଗନ୍ନାଥ ଧାମ ପୋଷ୍ଟର ମରାଯାଇଛି ।  ଦୀଘା ଜଗନ୍ନାଥ ମନ୍ଦିର ଉଦ୍ ଘାଟନ ସମୟରେ ଯେଉଁ ଅସ୍ଥାୟୀ କାଗଜ ଓ ଥର୍ମାକୋଲରେ ସେଲ୍ଫି ପଏଣ୍ଟ କରାଯାଇଥିଲା ସେଥିରେ ଦୀଘା ଜଗନ୍ନାଥ ଧାମ ଲେଖାଥିଲା ।

କିନ୍ତୁ ପରବର୍ତ୍ତୀ ସମୟରେ ଜଗନ୍ନାଥ ଧାମ ଶବ୍ଦକୁ ହଟାଇବା ପାଇଁ ଜୋରଦାର ପ୍ରତିବାଦ ଓ ବିବାଦ ଦେଖିବାକୁ ମିଳିଥିଲା । ଏହାରି ଭିତରେ ଗତକାଲି ବିଜେପିର ଆଇଟି ସେଲ ମୁଖ୍ୟ ଅମିତ ମାଲବ୍ୟ ଟୁଇଟ କରି ମମତା ଜଗନ୍ନାଥ ଧାମ ଉଠାଇ ନେଇଥିବା ପୋଷ୍ଟ କରିଥିଲେ ।

କିନ୍ତୁ ପ୍ରକୃତରେ ତାହା ସ୍ଥାୟୀ ନଥିଲା, କେବଳ ଦୁଇ ଦିନ ପାଇଁ ଟେଣ୍ଡ୍ ମାଲିକ ସେଲ୍ଫି ପାଇଁ ଲଗାଇ ଥିଲେ ।  ତେବେ ଦିଦି ମୁଣ୍ଡ ନୁଆଁଇ ଜଗନ୍ନାଥ ଧାମ ଉଠାଇ ନେଇଥିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ପରେ ଗତକାଲି ରାତିରେ ପୁଣି ସ୍ଥାୟୀ ଭାବେ ମନ୍ଦିର ସମ୍ମୁଖରେ ଜଗନ୍ନାଥ ଧାମ ବୋଲି ହୋର୍ଡିଂ ଲଗା ଯାଇଛି ।

Also read; ମୁଣ୍ଡ ନୁଆଁଇଲେ ମମତା, ଶେଷରେ ହଟିଲା ‘ଜଗନ୍ନାଥ ଧାମ’ ଲେଖା