ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ରଘୁବର ଦାସ, JMMକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

କେନ୍ୟୁଜ୍(ବ୍ୟୁରୋ):  ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ କଂଗ୍ରେସ-JMM-RJD ମେଣ୍ଟ ସପକ୍ଷରେ ଯାଇଛି ଜନମତ । ଏହିକୁ ସମ୍ମାନ ଜଣାଇ ପରାଜୟ ସ୍ୱୀକାର କରିଛନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ରଘୁବର ଦାସ । ଏହା ସହ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ରାଜଭବନରେ ରାଜ୍ୟପାଳ ଦୌପଦୀ ମୁର୍ମୁଙ୍କୁ ସେ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ସେପଟେ ଝାଡଖଣ୍ଡ ବିଧାନସଭା ନିର୍ବାଚନରେ JMM ମେଣ୍ଟକୁ ଜନାଦେଶ ମିଳିବା ପରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । JMM ନେତା ହେମନ୍ତ ସୋରେନ ଏବଂ ସହଯୋଗୀ କଂଗ୍ରେସ ଓ ଆରଜେଡିକୁ ଶୁଭେଚ୍ଛା ଜଣାଇଛନ୍ତି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.