ସୁପ୍ରିମକୋର୍ଟର ନୂଆ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କଲେ ଜଷ୍ଟିସ୍‌ ଏନ.ଭି. ରମଣା

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ନୂଆ ମୁଖ୍ୟ ବିଚାରପତି। ନୂଆ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କଲେ ଜଷ୍ଟିସ୍‌ ଏନ.ଭି. ରମଣା । ଦେଶର ୪୮ତମ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେଇଛନ୍ତି । ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତି ଭବନରେ କୋଭିଡ୍‌ ଗାଇଡଲାଇନ ଅନୁସାରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଛି।

ଗତକାଲି ପ୍ରଧାନ ବିଚାରପତି ପଦରୁ ଅବସର ନେଇଛନ୍ତି ଜଷ୍ଟିସ୍‌ ଏସ.ଏ.ବୋବ୍‌ଡେ । ଜଷ୍ଟିସ ରମଣା ମୁଖ୍ୟ ବିଚାରପତି ଭାବେ ୧୬ ମାସ ଦାୟିତ୍ୱ ତୁଲାଇବେ । ୨୦୨୨ ଅଗଷ୍ଟ ୨୬ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳ ରହିବ । ୧୯୮୩ ଫେବ୍ରୁଆରୀ ୧୦ ତାରିଖରୁ ଜଷ୍ଟିସ ଏନ. ଭି ରମଣା ଆରମ୍ଭ କରିଥିଲେ ଓକିଲାତି ।

୨୦୦୦ ଜୁନ ୨୭ରେ ଆନ୍ଧ୍ରପ୍ରଦେଶ ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ। ୨୦୧୩ ମାର୍ଚ୍ଚ ୧୦ରୁ ମେ ୨୦ ତାରିଖ ପର୍ଯ୍ୟନ୍ତ ଆନ୍ଧ୍ରପ୍ରଦେଶ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ୨୦୧୩ ଡିସେମ୍ବର ୨ ତାରିଖରେ ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ ହୋଇଥିଲେ ଜଷ୍ଟିସ ରମଣା। ୨୦୧୪ ଫେବୃଆରି ୧୭ରେ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.