ହାତ ଛାଡିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ, କଂଗ୍ରେସ କାର୍ଯ୍ୟକାରୀ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର

ନୂଆଦିଲ୍ଲୀ: ହାତ ସହ ସମ୍ପର୍କ କାଟିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ । ସେ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଇସ୍ତଫାପତ୍ର କଂଗ୍ରେସ କାର୍ଯ୍ୟକାରୀ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ପାଖକୁ ପଠାଇ ଦେଇଛନ୍ତି । ଲେଖିଛନ୍ତି, କଂଗ୍ରେସ ସହ ୧୮ ବର୍ଷର ସମ୍ପର୍କ ଛିନ୍ନ କରିବାର ସମୟ ଆସିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅଣତି ଶାହଙ୍କୁ ଭେଟି ଆଲୋଚନା କରିବା ପରେ ସେ କଂଗ୍ରେସକୁ ବାଏ ବାଏ କହିଛନ୍ତି । ଏହାପରେ ବିଜେପିରେ ସାମିଲ ହୋଇପାରନ୍ତି । ତାଙ୍କୁ କେନ୍ଦ୍ରରେ ମନ୍ତ୍ରୀ ପଦ ମିଳିପାରେ । ରାଜ୍ୟସଭା ଟିକେଟ ଦେବ ବିଜେପି । ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଢାଲ କରି ବିଜେପି ସରକାରକୁ ଫେରିବା ନେଇ ମହାନାଟକ ଚାଲିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.