ନାଥଙ୍କ ହାତରେ ମଧ୍ୟପ୍ରଦେଶ କମାଣ, ମୁଖ୍ୟମନ୍ତ୍ରୀ ପଦ ପାଇଁ ନେଲେ ଶପଥ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି କମଳନାଥ। ରାଜ୍ୟର ୧୮ତମ ମୁଖ୍ୟମନ୍ତ୍ରୀ ଭାବେ କମଳନାଥ ନେଇଛନ୍ତି ଶପଥ। ରାଜ୍ୟପାଳ ଆନନ୍ଦୀବେନ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ମଧ୍ୟ ପହଞ୍ଚି କମଳନାଥଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ଉପମୁଖ୍ୟମନ୍ତ୍ରୀ ସଚ୍ଚିନ ପାଇଲଟଙ୍କ ସହ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି, ଏନସିପି ଅଧ୍ୟକ୍ଷ ଫାରୁକ ଅବଦୁଲା, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ,ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସମେତ ବହୁ ନେତା ଯୋଗ ଦେଇଥିଲେ।

ଅପରାହ୍ଣ ସାଢେ ୪ଟାରେ ଛତିଶଗଡ଼ରେ ଭୂପେଶ ବାଘେଲ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ୧୧ତାରିଖରେ ନିର୍ବାଚନ ଫଳାଫଳ ଘୋଷଣା ପରେ ତିନିଟି ରାଜ୍ୟରେ କଂଗ୍ରେସର ସରକାର ଗଠନ ନେଇ ସ୍ପଷ୍ଟ ହୋଇଥିଲା। କିନ୍ତୁ ତିନି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ବହୁ ଦାବିଦାର ଥିବାରୁ ଚୟନରେ ସମୟ ଲାଗିଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.