ଦାର୍ଜିଲିଂ ଟ୍ରେନ ଟ୍ରାଜେଡି : ୧୫ରେ ପହଞ୍ଚିଥିଲା ମୃତକଙ୍କ ସଂଖ୍ୟା, ୧୯ଟି ଟ୍ରେନ ବାତିଲ, ମାନବୀୟ ତ୍ରୁଟିରୁ ଦୁର୍ଘଟଣା

ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା ଜଣାପଡିଛି । ଟ୍ରେନ ଦୁର୍ଘଟଣା ପରେ ୧୯ଟି ଟ୍ରେନ ରଦ୍ଦ ହୋଇଛି । ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଏନଡିଆରଏଫ ଓ ଏସଡିଆରଏଫ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଛନ୍ତି । ଆହତଙ୍କୁ ମେଡିକାଲକୁ ନିଆଯାଉଛି ।

କୋଲକାତା ସିଆଲଦା ଷ୍ଟେସନ ଅଭିମୁଖେ ଆସୁଥିବା ବେଳେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଇଥିଲା ମାଲବାହୀ ଟ୍ରେନ୍ । ମାଲବାହୀ ଟ୍ରେନ ସିଗନାଲ ଭାଙ୍ଗି ଦୁର୍ଘଟଣା ଘଟାଇଥିବା ସୂଚନା ମିଳିଛି । ମାନବୀୟ ତ୍ରୁଟିରୁ ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି । ଦୁର୍ଘଟଣାରେ ଗୋଟିଏ ବଗି ଉପରେ ଆଉ ଗୋଟିଏ ବଗି ଚଢ଼ି ଯାଇଥିଲା । କିଛି ବଗି ସଂପୂର୍ଣ୍ଣ ଭାଙ୍ଗିରୁଜି ଚୁରମାର ହୋଇ ଯାଇଛି ।

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଦୁଃଖ ପ୍ରକାଶ କରିବା ସହିତ ସମସ୍ତ ବିଭାଗକୁ ସତର୍କ ରହିବା ପାଇଁ କହିଛନ୍ତି । ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି । ଏନଡିଆରଏଫ ଏବଂ ଏସଡିଆରଏଫ କାମରେ ନିୟୋଜିତ ରହିଛନ୍ତି ।

ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛି ରେଳ ବିଭାଗ । ଗୁରୁତର ଆହତଙ୍କୁ ୨.୫ ଲକ୍ଷ ଏବଂ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ଘୋଷଣା କରାଯାଇଛି । ରେଳ ଦୁର୍ଘଟଣାରେ ପ୍ରତ୍ୟେକ ମୃତକଙ୍କ ପରିବାରଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୨ ଲକ୍ଷ ଟଙ୍କା ସହାୟତା ରାଶି ଦେବାକୁ ଘୋଷଣା କରାଯାଇଛି । ଆହତଙ୍କୁ ୫୦ ହଜାର ଟଙ୍କା ଦେବାକୁ ଘୋଷଣା ହୋଇଛି ।

ସୂଚନାଯୋଗ୍ୟ, ଟ୍ରେନ ନଂ ୧୩୧୭୪ କାଞ୍ଚନଜଙ୍ଗା ଏକ୍ସପ୍ରେସ କୋଲକାତାରୁ ସିଆଲଦା ଯାଉଥିଲା । ଏହି ସମୟରେ ଏକ ମାଲବାହୀ ଗାଡି ଟ୍ରାକରେ ଠିଆ ହୋଇଥିବା ଏକ୍ସପ୍ରେସକୁ ପଛପଟୁ ଧକ୍କା ଦେଇଥିଲା । କାଞ୍ଚନଜଙ୍ଗା ଏକ୍ସପ୍ରେସ ର ୩ଟି ବଗି ଓଲଟି ପଡିଥିବା ସୂଚନା । ଘଟଣା ସ୍ଥଳରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ଟ୍ରେନ୍ ଭିତରେ ଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଏନଡିଆରଏଫ, ଡିଭିଜନାଲ ଟିମ୍ ଏବଂ ୧୫ଟି ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାମ ଜାରି ରଖିଛନ୍ତି । ଦୁର୍ଘଟଣା ସକାଳ ୯.୩୦ ମିନିଟରେ ଘଟିଛି ।

 

Leave A Reply

Your email address will not be published.