ପଶ୍ଚିମବଙ୍ଗ ଦାର୍ଜିଲିଂ ଟ୍ରେନ ଟ୍ରାଜେଡି : ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ, ମୃତକଙ୍କ ପରିବାରକୁ ସହାୟତା ଘୋଷଣା

ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ଟ୍ରେନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଷ୍ଟ୍ରପତି ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ସାହସ ଏବଂ ଆହତଙ୍କୁ ଶୀଘ୍ର ସୁସ୍ଥ କାମନା କରିଛନ୍ତି । ରେଳ ଦୁର୍ଘଟଣାରେ ପ୍ରତ୍ୟେକ ମୃତକଙ୍କ ପରିବାରଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୨ ଲକ୍ଷ ଟଙ୍କା ସହାୟତା ରାଶି ଦେବାକୁ ଘୋଷଣା କରାଯାଇଛି । ଆହତଙ୍କୁ ୫୦ ହଜାର ଟଙ୍କା ଦେବାକୁ ଘୋଷଣା ହୋଇଛି । ରେଳ ମନ୍ତ୍ରଣାଳୟ ପକ୍ଷରୁ ପ୍ରତ୍ୟେକ ମୃତକଙ୍କ ପରିବାରଙ୍କୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରାଯାଇଛି । ଆହତଙ୍କୁ ମାଗଣା ଚିକିତ୍ସା ୫୦ ହଜାର ଟଙ୍କା ଦେବାକୁ ଘୋଷଣା ହୋଇଛି ।


ମୋଦି ଏକ୍ସରେ କହିଛନ୍ତି କି, ଯଉଁ ଲୋକ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି, ସେମାନଙ୍କ ପ୍ରତି ମୋର ସମବେଦନା । ପ୍ରାର୍ଥନା କରୁଛି କି ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ । ଦୁର୍ଘଟଣାରେ ପ୍ରଭାବିତଙ୍କୁ ସହାୟତା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘଟଣା ସ୍ଥଳରେ ଆଉ କିଛି ସମୟରେ ପହଞ୍ଚିବେ ।

ଏହି ଦୁର୍ଘଟଣାରେ ପିଏମଓ ପକ୍ଷରୁ ଏକ ପୋଷ୍ଟ ସେୟାର ହୋଇଛି । ଏଥିରେ ରେଳ ଦୁର୍ଘଟଣାରେ ପ୍ରତ୍ୟେକ ମୃତକଙ୍କ ପରିବାରଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୨ ଲକ୍ଷ ଟଙ୍କା ସହାୟତା ରାଶି ଦେବାକୁ ଘୋଷଣା କରାଯାଇଛି । ଆହତଙ୍କୁ ୫୦ ହଜାର ଟଙ୍କା ଦେବାକୁ ଘୋଷଣା ହୋଇଛି ।

ଏହି ଘଟଣାରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି ।

ଖବର ମୁତାବକ, ଟ୍ରେନ ନଂ ୧୩୧୭୪ କାଞ୍ଚନଜଙ୍ଗା ଏକ୍ସପ୍ରେସ କୋଲକାତାରୁ ସିଆଲଦା ଯାଉଥିଲା । ଏହି ସମୟରେ ଏକ ମାଲବାହୀ ଗାଡି ଟ୍ରାକରେ ଠିଆ ହୋଇଥିବା ଏକ୍ସପ୍ରେସକୁ ପଛପଟୁ ଧକ୍କା ଦେଇଥିଲା । କାଞ୍ଚନଜଙ୍ଗା ଏକ୍ସପ୍ରେସ ର ୩ଟି ବଗି ଓଲଟି ପଡିଥିବା ସୂଚନା । ଘଟଣା ସ୍ଥଳରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ଟ୍ରେନ୍ ଭିତରେ ଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଏନଡିଆରଏଫ, ଡିଭିଜନାଲ ଟିମ୍ ଏବଂ ୧୫ଟି ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାମ ଜାରି ରଖିଛନ୍ତି । ଦୁର୍ଘଟଣା ସକାଳ ୯.୩୦ ମିନିଟରେ ଘଟିଛି ।

ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଥିବା ଖବର ମିଳିଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି । ଏନଡିଆରଏଫ ଏବଂ ଏସଡିଆରଏଫ କାମରେ ନିୟୋଜିତ ରହିଛନ୍ତି ।

ହେଲ୍ପଲାଇନ ନମ୍ବର:

୦୩୩-୨୩୫୦୮୭୯୪,୦୩୩-୨୩୮୩୩୩୨୬, ୦୩୬୧୨୭୩୧୬୨୧, ୦୩୬୧୨୭୩୧୬୨୨, ୦୩୬୧୨୭୩୧୬୨୩, ୦୩୬୭୪୨୬୩୯୫୮, ୦୩୬୭୪୨୬୩୮୩୧, ୦୩୬୭୪୨୬୩୧୨୦

Leave A Reply

Your email address will not be published.