Below header

ପୁଣି ଜେଲ ଫେରିବେ ଲାଲୁ : ଆଜି ରାଞ୍ଚି ସ୍ୱତନ୍ତ୍ର ସିବିଆଇ କୋର୍ଟରେ ହେବେ ହାଜର

ଝାଡ଼ଖଣ୍ଡ (କେନ୍ୟୁଜ୍) : ଆଜି ରାଞ୍ଚି ସ୍ୱତନ୍ତ୍ର ସିବିଆଇ କୋର୍ଟରେ ହାଜର ହେବେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ । ଆଜି ସୁଦ୍ଧା ହାଜର ହେବାକୁ ଲାଲୁଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଝାଡ଼ଖଣ୍ଡ ହାଇକୋର୍ଟ । ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ୩ ମାସ ଜାମିନ ବୃଦ୍ଧି ପାଇଁ ସେ ଆବେଦନ କରିଥିଲେ । ହେଲେ ଲାଲୁଙ୍କ ଆବେଦନକୁ କୋର୍ଟ ଖାରଜ କରି ଦେଇଥିଲେ । ବହୁ ଚର୍ଚ୍ଚିତ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ୍ ଦଣ୍ଡ ଭୋଗୁଥିଲେ ଲାଲୁ ପ୍ରସାଦ ଯାଦବ । ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ତାଙ୍କୁ ବେଲ୍ ମିଳିଥିଲା ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.