ଦେଶ ବିଦେଶ

କେଦାରନାଥରେ ବଡ଼ ଧରଣର ଭୂସ୍ଖଳନ: ୧୨ ନିଖୋଜ

ନୂଆଦିଲ୍ଲୀ : ଭୀଷଣ ବର୍ଷା ଯୋଗୁଁ ପ୍ରସିଦ୍ଧ ଶୈବ ପୀଠ କେଦାରନାଥ ରାସ୍ତାରେ ବଡ଼ ଧରଣର ଭୂସ୍ଖଳନ । ପ୍ରାୟ ୧୨ ଜଣ ଲୋକ ନିଖୋଜ ଥିବା ସୂଚନା ମିଳିଛି । ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲ୍ଲା ଗୌରୀକୁଣ୍ଡ ନିକଟରେ ଏହି ଘଟଣା ଘଟିଛି । କେଦାରନାଥ ଯିବା ରାସ୍ତା ଦତ୍ତ ପୁଲିୟା ଠାରେ ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି ।

ଭୂସ୍ଖଳନ ଯୋଗୁଁ ତିନିଟି ଦୋକାନ ମନ୍ଦାକିନୀ ନଦୀରେ ଭାସି ଯାଇଥିବା ବେଳେ ୧୨ ଜଣରୁ ଅଧିକ ଲୋକ ନିଖୋଜ ଅଛନ୍ତି । ତୁରନ୍ତ ଖବର ପାଇ ଏନ୍‌ଡିଆରଏଫ୍‌, ଏସ୍‌ଡିଆରଏଫ୍‌ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି । ତେବେ ଲଗାଣ ବର୍ଷା ଯୋଗୁଁ ଉଦ୍ଧାର କାର୍ଯ୍ୟରେ ବାଧା ଉପୁଜିଛି । ନିଖୋଜ ଥିବା ଲୋକମାନେ ତୀର୍ଥ ଯାତ୍ରୀ ନୁହନ୍ତି । ସେମାନେ ସେଠାରେ ବ୍ୟବସାୟ କରୁଥିବା ଦୋକାନୀ ବୋଲି ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଫିସର କହିଛନ୍ତି ।

Barsha

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

5 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

5 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

22 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

23 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

27 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

50 mins ago