ଦେଶ ବିଦେଶ

ପୁଣି ଡରାଇଲା ମହାରାଷ୍ଟ୍ର : ଗୋଟିଏ ଦିନରେ ୨୫ ହଜାର କରୋନା ସଂକ୍ରମଣ ମାମଲା ଆସିବା ପରେ ଜାରି ହେଲା ଗାଇଡଲାଇନ୍‌

ନୂଆଦିଲ୍ଲୀ :  ମହାରାଷ୍ଟ୍ରରେ କରୋନା ସ୍ଥିତି ଗମ୍ଭୀର ହେବାରେ ଲାଗିଛି । ଆଜି ଗୋଟିଏ ଦିନରେ ସର୍ବାଧିକ ୨୫,୮୩୩ କରୋନା ସଂକ୍ରମିତ ମାମଲା ଆସିବା ପରେ ସରକାର ଗାଇଡ୍‌ଲାଇନ ଜାରି କରିଛନ୍ତି । ଗାଇଡଲାଇନ ଅନୁଯାୟୀ ସମସ୍ତ ଅଡିଟୋରିଅମ ଓ ଥିଏଟରରେ ମାର୍ଚ୍ଚ ୩୧ ତାରିଖ ଯାଏ ୫୦ % ଲୋକଙ୍କୁ ପ୍ରବେଶ ଅନୁମତି ମିଳିବ ।

ଏହା କୌଣସି ରାଜନୈତିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ବ୍ୟବହାର କରାଯିବ ନାହିଁ । ସମସ୍ତ ଅଫିସ ୫୦ % କର୍ମଚାରୀରେ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ମାର୍ଚ୍ଚ ୩୧ ତାରିଖ ଯାଏ ସମସ୍ତ ସିନେମା ହଲ,ରେଷ୍ଟୁରାଣ୍ଟ ଓ ହୋଟେଲ ୫୦ % ଷ୍ଟାଫ ରେ ଚାଲିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି ।

ଏହା ସହ ଖୁବ ଶୀଘ୍ର ରାଜ୍ୟରେ ଲକ୍‌ଡାଉନ୍‌ ଓ ନାଇଟ କର୍ଫ୍ୟୁ ଆରମ୍ଭ କରିବାକୁ ସରକାର ଚିନ୍ତା କରୁଛନ୍ତି ବୋଲି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ପ୍ରକାଶ କରିଛନ୍ତି ।

Niharanjan

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago