Below header

ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା, ୧୯ ଏପ୍ରିଲରେ ଭୋଟିଂ, ୪ ଜୁନରେ ଗଣତି

ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ବିଜ୍ଞାନ ଭବନରେ ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି । ମୋଟ ୭ଟି ପର୍ଯ୍ୟାୟରେ ସାରା ଦେଶରେ ହେବ ନିର୍ବାଚନ । ଏପ୍ରିଲ ୧୯ ତାରିଖରେ ଲୋକସଭା ନିର୍ବାଚନ ହେବ । ଜୁନ ୪ ତାରିଖରେ ଭୋଟ ଗଣତି ହେବ ।

ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ବିଜ୍ଞାନ ଭବନରେ ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି । ମୋଟ ୭ଟି ପର୍ଯ୍ୟାୟରେ ସାରା ଦେଶରେ ହେବ ନିର୍ବାଚନ । ଏପ୍ରିଲ ୧୯ ତାରିଖରେ ଲୋକସଭା ନିର୍ବାଚନ ହେବ । ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ ଓ ଜୁନ ୧ରେ ୭ମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ ।  ଜୁନ ୪ ତାରିଖରେ ଭୋଟ ଗଣତି ହେବ ।

ଏପ୍ରିଲ ୧୯ରେ ୨୧ଟି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବାକୁ ଥିବା ବେଳେ ଏପ୍ରିଲ ୨୬ରେ ଦ୍ୱିତୀୟ ପର୍ଯ୍ୟାୟରେ ୮୯ଟି ଆସନରେ ମତଦାନ ହେବ । ସେହିପରି ମେ’ ୭ ରେ ତୃତୀୟ ପର୍ଯ୍ୟାୟରେ ୧୨ଟି ରାଜ୍ୟରେ ମତଦାନ ହେବ । ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ଓଡ଼ିଶାରେ ମେ ୧୩ ଓ ମେ ୨୦, ମେ ୨୫ ଓ ଜୁନ ୧ରେ ଉଭୟ ବିଧାନସଭା ଓ ଲୋକସଭା ପାଇଁ ଭୋଟ ଗ୍ରହଣ ହେବ ।

ଦେଶରେ ମୋଟ ୯୭ କୋଟି ଭୋଟର ରହିଛନ୍ତି । ଭୋଟ ଗ୍ରହଣ ପାଇଁ ରହିଛି ୫୫ ଲକ୍ଷ ଇଭିଏମ୍‌ । ୧୦.୫ ଲକ୍ଷ ପୋଲିଂ ବୁଥ ରହିଛି । ୪୮ ହଜାର ଟ୍ରାନ୍ସଜେଣ୍ଡର ଭୋଟର ରହିଛନ୍ତି । ପୁରୁଷଙ୍କ ତୁଳନାରେ ମହିଳା ଭୋଟର ସଂଖ୍ୟା ଅଧିକ ରହିଛି ।
ଭୋଟ ଗ୍ରହଣ ପାଇଁ ଦେଢ କୋଟି ପୋଲିଂ ଅଫିସର ରହିଛନ୍ତି । ପ୍ରଥମଥର ପାଇଁ ଭୋଟ ଦେବେ ୧ କୋଟି ୮୨ ଲକ୍ଷ ଭୋଟର ।

୧୦୦ ବର୍ଷରୁ ଅଧିକ ଭୋଟର ସଂଖ୍ୟା ୨ ଲକ୍ଷ ୧୮ ହଜାର । ୮୫ ବର୍ଷରୁ ଅଧିକ ଭୋଟର ସଂଖ୍ୟା ୮୨ ଲକ୍ଷ । ୧୮ରୁ ୨୯ ବର୍ଷ ଭୋଟର ସଂଖ୍ୟା ୨୧ କୋଟି । ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ଘରୁ ଭୋଟ ଦେଇପାରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.