photo: NDTV
ହିମାଚଳ ପ୍ରଦେଶରେ ତାଣ୍ଡବ ରଚିଛି ପ୍ରକୃତି। ରାଜ୍ୟର ଅନେକ ଅଞ୍ଚଳ ବନ୍ୟା ପାଣି ଘେରରେ ରହିଛି। ହଜାର ହଜାର ଲୋକଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସ୍ଥାନୀୟ ଲୋକ ଏବଂ ପର୍ଯ୍ୟଟକଙ୍କ ପାଇଁ ସତର୍କତା ଜାରି କରାଯାଇଛି।
ହିମାଚଳରେ ବର୍ଷା ଓ ଭୂସ୍ଖଳନ ଯୋଗୁ ଏ ପର୍ଯ୍ୟନ୍ତ ୩୦୦୦ କୋଟି ଟଙ୍କାର କ୍ଷୟକ୍ଷତି ଘଟିଛି। ରାଜ୍ୟ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଏହି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ସମସ୍ତ ଜିଲ୍ଲାର ଡେପୁଟି କମିଶନରଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୈଠକ କରି କ୍ଷୟକ୍ଷତି ଆକଳନ କରିଛନ୍ତି।
ସିଏମ୍ ସୁଖୁ କହିଛନ୍ତି ଯେ ହିମାଚଳ ପ୍ରଦେଶରେ ବିପର୍ଯ୍ୟୟ ସ୍ଥିତି ସମ୍ପର୍କରେ ସେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖରଗେ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡା ଏବଂ ହିମାଚଳ ରାଜ୍ୟପାଳ ଶିବ ପ୍ରତାପ ଶୁକ୍ଳାଙ୍କ ସହ ଆଲୋଚନା କରିଛନ୍ତି।
ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି ଯେ ହିମାଚଳକୁ ଅଧିକରୁ ଅଧିକ ସହାୟତା ପ୍ରଦାନ କରାଯାଉ। ଏଥିସହିତ ଏହାକୁ ଜାତୀୟ ବିପର୍ଯ୍ୟୟ ଘୋଷଣା କରିବାକୁ କେନ୍ଦ୍ର ସରକାରଙ୍କ ନିକଟରେ ସେ ଦାବି କରିଛନ୍ତି। ପାଗ ସାମାନ୍ୟ ଅନୁକୂଳ ହେଲେ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୁଖୁ କହିଛନ୍ତି।
ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…
ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…
ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…
ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…