ଡିସେମ୍ବରରେ ପୁଣି ଲଘୁଚାପ: ପ୍ରଭାବରେ ଦକ୍ଷିଣ ଭାରତ ଓ ଶ୍ରୀଲଙ୍କାରେ ହେବ ପ୍ରବଳ ବର୍ଷା!

କେନ୍ଯୁଜ୍: ଡିସେମ୍ବରରେ ପୁଣି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପ୍ରଭାବରେ ଦକ୍ଷିଣ ଭାରତ ଓ ଶ୍ରୀଲଙ୍କାରେ ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି । ଏ ନେଇ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍‌ ସୂଚନା ଦେଇଛନ୍ତି ।

ଆସନ୍ତା ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗରରେ ସ୍ଥିତି ଶାନ୍ତ ରହିବ । ଡିସେମ୍ବରର ପ୍ରାରମ୍ଭରେ ଲଘୁଚାପ ସୃଷ୍ଟି ପାଇଁ ପାଗ ଅନୁକୂୂଳ ରହିଛି । ତେବେ ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୈଣସି ସୂଚନା ଦିଆଯାଇ ନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.