ଭୂମିକମ୍ପରେ ଥରିଲା ମେଘାଳୟ, ରିକ୍ଟର ସ୍କେଲରେ ତୀବ୍ରତା ୪.୧

ଥରିଲା ମେଘାଳୟ । ଆଜି ପୁଣିଥରେ ମେଘାଳୟରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଦିନ ୧୨ଟା ୩୪ ମିନିଟରେ ଏଠାରେ ୪.୧ ତୀବ୍ରତାର ଭୂମିକମ୍ପ ଆସିଥିଲା, ଯାହା ୧୦ କିଲୋମିଟର ଗଭୀରତାରେ ଥିଲା । ମେଘାଳୟର ଦକ୍ଷିଣ ପଶ୍ଚିମ ଖାସି ହିଲ୍ସ ଅଞ୍ଚଳରେ ଏହି ଝଟକା ଅନୁଭବ କରାଯାଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ମପାଯାଇଛି । ତେବେ ଏଥିରେ କେହି ମୃତାହତ ହୋଇନାହାନ୍ତି ।
ଏହି ଭୂମିକମ୍ପ ଯୋଗୁ ଆସାମ ଓ ପଶ୍ଚିମବଙ୍ଗର କିଛି ଅଞ୍ଚଳରେ ମଧ୍ୟ କମ୍ପନ ଅନୁଭୂତ ହୋଇଥିଲା । ଭୂମିକମ୍ପ ହେବା ମାତ୍ରେ ଲୋକମାନେ ଭୟଭୀତ ହୋଇ ଘର ବାହାରକୁ ଚାଲି ଆସିଥିଲେ ।
ଆପଣଙ୍କ ଅଞ୍ଚଳରେ ଭୂମିକମ୍ପ ଆସିଲେ କ’ଣ କରିବେ ଏବଂ କ’ଣ କରିବେ ନାହିଁ ?
୧. ଯଦି ଆପଣ କୋଠା ଘର ଭିତରେ ଅଛନ୍ତି, ତେବେ ଚଟାଣରେ ବସି ଯାଆନ୍ତୁ କିମ୍ବା କୌଣସି ଶକ୍ତିଶାଳୀ ଆସବାବପତ୍ର ତଳକୁ ଚାଲି ଯାଆନ୍ତୁ । ଯଦି ଟେବୁଲ୍ କି ଆସବାବପତ୍ର ନାହିଁ, ତା’ ହେଲେ ନିଜ ମୁହଁ ଓ ମୁଣ୍ଡକୁ ହାତରେ ଢାଙ୍କି ନିଅନ୍ତୁ ଏବଂ ରୁମ୍ର ଏକ କୋଣରେ ଯାଇ ବସନ୍ତୁ ।
୨. ଯଦି ଆପଣ ବିଲ୍ଡିଂ ବାହାରେ ଅଛନ୍ତି, ତେବେ ବିଲ୍ଡିଂ, ଗଛ, ପୋଲ ଏବଂ ବୈଦ୍ୟୁତିକ ତାରଠାରୁ ଦୂରରେ ରୁହନ୍ତୁ ।
୩. ଯଦି ଆପଣ କୌଣସି ଗାଡ଼ିରେ ଯାତ୍ରା କରୁଛନ୍ତି, ତା’ ହେଲେ ଗାଡ଼ିକୁ ଯଥାଶୀଘ୍ର ଅଟକାଇ ଭିତରେ ବସି ରୁହନ୍ତୁ ।
୪. ଯଦି ଆପଣ ଭଗ୍ନାବେଶଷ ତଳେ ପୋତି ହୋଇ ପଡ଼ିଛନ୍ତି, ତା’ ହେଲେ ହଲଚଲ ହୁଅନ୍ତୁ ନାହିଁ କି କୌଣସି ଜିନିଷକୁ ଧକ୍କା ଦିଅନ୍ତୁ ନାହିଁ ।
EQ of M: 4.1, On: 21/01/2025 12:34:02 IST, Lat: 25.34 N, Long: 91.17 E, Depth: 10 Km, Location: South West Khasi Hills, Meghalaya.
For more information Download the BhooKamp App https://t.co/5gCOtjdtw0 @DrJitendraSingh @OfficeOfDrJS @Ravi_MoES @Dr_Mishra1966 pic.twitter.com/Q0dqLtozdA— National Center for Seismology (@NCS_Earthquake) January 21, 2025
ଆହୁରି ପଢ଼ନ୍ତୁ: ଜାପାନରେ ଶକ୍ତିଶାଳୀ ଭୂମିକମ୍ପ, ତୀବ୍ରତା ୬.୫, ସୁନାମୀ ଚେତାବନୀ ଜାରି