ଆମେଠିରେ ବଡ଼ ଦୁର୍ଘଟଣା: ବୋଲେରୋ ଓ ବାଇକ୍‌ ଧକ୍କାରେ ୫ ମୃତ, ୬ ଆହତ

ଉତ୍ତର ପ୍ରଦେଶର ଆମେଠି ଜିଲ୍ଲାରେ ରବିବାର ସକାଳେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ ବାଣ୍ଟା-ଟାଣ୍ଡା ରାଜପଥର ମୁନ୍‌ସିଗଞ୍ଜର ଜାମୋ-ଭାଦର ଛକରେ ବୋଲେରୋ ଓ ବାଇକ୍‌ ମଧ୍ୟରେ ଧକ୍କା ହୋଇଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ବାଇକ୍‌କୁ ଧକ୍କା ଦେବା ପରେ ବୋଲେରୋ ଗଛରେ ପିଟି ହୋଇଯାଇଥିଲା ।

ଏହି ଭୀଷଣ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ବହୁ ସଂଖ୍ୟାରେ ଲୋକ ରୁଣ୍ଡ ହୋଇଛନ୍ତି ।

ମିଳିଥିବା ସୂଚନା ମୁତାବକ, ମୃତକମାନଙ୍କ ମଧ୍ୟରେ ୩ ମହିଳା ଏବଂ ଜଣେ ଶିଶୁ ଅଛନ୍ତି । ବୋଲେରୋରେ ଥିବା ଲୋକମାନେ ସମ୍ପର୍କୀୟଙ୍କ ଅନ୍ତ୍ୟେଷ୍ଟି କ୍ରିୟାରେ ସାମିଲ ହେବାକୁ ଯାଉଥିଲେ । ଏହି ସମୟରେ ରାସ୍ତାରେ ଦୁର୍ଘଟଣା ଘଟିଥିଲା ।

Leave A Reply

Your email address will not be published.