ମଣିପୁର ଘଟଣାରେ ଉଦ୍‌ବେଗ ପ୍ରକାଶ କଲେ ସୁପ୍ରିମକୋର୍ଟ, କାର୍ଯ୍ୟାନୁଷ୍ଠାନ ନନେଲେ ଆମେ ନେବୁ ବୋଲି କହିଲେ?

ହିଂସାରେ ଜଳୁଥିବା ମଣିପୁରରେ ଏବେ ଏହି ଘଟଣା ସାରା ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ମଣିପୁର ପୋଲିସ୍‌ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି । ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ମଣିପୁର ଘଟଣାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ ।

ହିଂସାରେ ଜଳୁଥିବା ମଣିପୁରରେ ଏବେ ଏହି ଘଟଣା ସାରା ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ମଣିପୁର ପୋଲିସ୍‌ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି । ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ମଣିପୁର ଘଟଣାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ । ଏଭଳି ଘଟଣା ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି କହିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୁଡ଼ ।

ଅଭିଯୁକ୍ତଙ୍କ ନାମରେ ମାମଲା ରୁଜୁ କରିବା ସହିତ ସେ ଅଞ୍ଚଳର ନାରୀ ସୁରକ୍ଷା ପାଇଁ କ’ଣ ସବୁ ପଦକ୍ଷେପ ନିଆଗଲା ସେ ବିଷୟରେ ସରକାର ସୁପ୍ରିମ୍‌ କୋର୍ଟଙ୍କୁ ଅବଗତ କରାଇବା ଉଚିତ ବୋଲି ମଧ୍ୟ ପ୍ରଧାନ ବିଚାରପତି କହିଛନ୍ତି। ମାମଲାର ଶୁଣାଣି ଆସନ୍ତା ୨୮ ତାରିଖରେ କରିବାକୁ ଧାର୍ଯ୍ୟ କରିଛନ୍ତି ସୁପ୍ରିମକୋର୍ଟ ।

ଘଟଣାର ପ୍ରତିବାଦରେ ଦିଲ୍ଲୀଠୁ ମଣିପୁର ଯାଏ ଆନ୍ଦୋଳନ ଆରମ୍ଭ ହୋଇଛି । ମଣିପୁରରେ ଦୁଇଜଣ ମହିଳାଙ୍କୁ ଉଲଗ୍ନ କରାଇ ରାସ୍ତାରେ ଚଲାଯିବା ଭିଡିଓ ଘଟଣାରେ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ, ଆମେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ ବୋଲି ମଧ୍ୟ ଆଜି ସୁପ୍ରିମ୍‌ କୋର୍ଟ କହିଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.