ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଫ୍ରାନ୍ସ ରାଷ୍ଟ୍ରପତି ଇମେନୁଏଲ ମାକ୍ରୋନ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ(କେନ୍ୟୁଜ୍): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଫ୍ରାନ୍ସ ରାଷ୍ଟ୍ରପତି ଇମେନୁଏଲ ମାକ୍ରୋନ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇଛି । ଏହା ପରେ ଫ୍ରାନ୍ସ ରାଷ୍ଟ୍ରପତି କହିଛନ୍ତି, କଶ୍ମୀର ମାମଲା ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ ପ୍ରସଙ୍ଗ । ଏଥିରେ ତୃତୀୟ ଦେଶର ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ । ଦୁଇ ନେତାଙ୍କ ମଧ୍ୟରେ ହେବାକୁ ଥିବା ବୈଠକରେ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇଛି । ପ୍ରଧାନମନ୍ତ୍ରୀ ମୋଦି, ମାକ୍ରୋନ୍‌ଙ୍କୁ ଜମ୍ମୁକଶ୍ମୀର ପ୍ରସଙ୍ଗରେ ନିକଟକରେ ଭାରତ ଦ୍ୱାରା ନିଆଯାଇଥିବା ପଦକ୍ଷେପ ସଂପର୍କରେ ଅବଗତ କରାଇଥିଲେ ।