ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀ

ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ । ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ରାଜେନ୍ଦ୍ର ଶୁକ୍ଳା ଓ ଜଗଦୀଶ ଦେଓଡା ଦୁଇଜଣ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ । ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ରାଜେନ୍ଦ୍ର ଶୁକ୍ଳା ଓ ଜଗଦୀଶ ଦେଓଡା ଦୁଇଜଣ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ମଧ୍ୟପ୍ରଦେଶର ବାଚସ୍ପତି ଦାୟିତ୍ୱ ହସ୍ତାନ୍ତର କରାଯାଇଛି । ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶହା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସମତେ ଅନ୍ୟ ଅତିଥିଗଣ ଉପସ୍ଥିତ ଥିଲେ ।

ଏହି କାର୍ଯ୍ୟକ୍ରମରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, କେନ୍ଦ୍ରୀୟ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ବିଧାନସଭା ବାଚସ୍ପତି ନରେନ୍ଦ୍ର ତୋମାର ବି ମଞ୍ଚ ଉପରେ ଉପସ୍ଥିତ ଥିଲେ ।

ମୋହନ ଯାଦବ ପ୍ରଥମ ଥର ୨୦୨୩ରେ ଦକ୍ଷିଣ ଉଜ୍ଜୈନରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଏହାପରେ ୨୦୧୮ରେ ଏବଂ ୨୦୨୩ ମଧ୍ୟ ବିଧାନସଭା ନିର୍ବାଚନ ଜିତିଛନ୍ତି । ଶିବରାଜ ସିଂ କ୍ୟାବିନେଟରେ ଉଚ୍ଚଶିକ୍ଷା ମନ୍ତ୍ରୀ ମଧ୍ୟ ରହିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.