ଆଉ ନାହାଁନ୍ତି ପ୍ରସିଦ୍ଧ ତବଲା ବାଦକ ଉସ୍ତାଦ ଜାକିର ହୁସେନ, ଆମେରିକାର ସାନ୍ ଫ୍ରାନ୍ସିସ୍କୋରେ ପରଲୋକ
ନୂଆଦିଲ୍ଲୀ: ପରଲୋକରେ ପ୍ରସିଦ୍ଧ ତବଲା ବାଦକ ଉସ୍ତାଦ ଜାକିର ହୁସେନ । ମୃତ୍ୟୁ ବେଳକୁ ତାଙ୍କୁ 73 ବର୍ଷ ବୟସ ହୋଇଥିଲା । କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ପରଲୋକ ଘଟିଛି । ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ହୃଦଘାତ ରେ ପରଲୋକ ଘଟିଛି ।
୧୯୫୧ ମସିହା ମାର୍ଚ୍ଚ ୯ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ ଉସ୍ତାଦ ଜାକିର ହୁସେନ । ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତବଲା ବାଦକ ଭାବେ ତାଙ୍କୁ ବିବେଚନା କରାଯାଏ ।
ନିଜର ଅସାଧାରଣ ପ୍ରତିଭା ପାଇଁ ସେ ଗତ କିଛି ବର୍ଷ ମଧ୍ୟରେ ଅନେକ ପୁରସ୍କାର ପାଇଛନ୍ତି । ତାଙ୍କୁ ଭାରତ ସରକାର 1988 ରେ ପଦ୍ମଶ୍ରୀ, 2002 ରେ ପଦ୍ମଭୂଷଣ ଏବଂ 2023 ରେ ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ । ସେ 3 ଥର ମଧ୍ୟ ଗ୍ରାମୀ ଆୱାର୍ଡ ପାଇଛନ୍ତି । ୧୯୯୯ ମସିହାରେ ତାଙ୍କୁ ଆମେରିକାର ନ୍ୟାସନାଲ ଆଣ୍ଡୋମେଣ୍ଟ ଫର ଦି ଆର୍ଟସ ପକ୍ଷରୁ ନ୍ୟାସନାଲ ହେରିଟେଜ୍ ଫେଲୋସିପ୍ ପ୍ରଦାନ କରାଯାଇଥିଲା ।