ଦେଶ ବିଦେଶ

ପୈତୃକ ଗାଁରେ ଆଜି ହେବ ମୁଲାୟମ ସିଂ ଯାଦବଙ୍କ ଅନ୍ତିମ ସଂସ୍କାର, ମୋଦିଙ୍କ ସମେତ ବିଭିନ୍ନ ରାଜ୍ୟ ମୁଖ୍ୟମନ୍ତ୍ରୀ ପହଞ୍ଚି ଦେବେ ଶ୍ରଦ୍ଧାଞ୍ଜଳି

ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କର ଆଜି ଅନ୍ତିମ ସଂସ୍କାର ହେବ । ତାଙ୍କ ପାର୍ଥିବ ଶରୀରକୁ ପୈତୃକ ଗାଁ ସୈଫଇ ବାସଭବନରେ ରଖାଯାଇଛି ଆଉ ସେଠାରେ ହିଁ ଶେଷ ଦର୍ଶନ ପାଇଁ ରଖାଯିବ। ସକାଳ ୧୦ଟାରୁ ୨ଟା ପର୍ଯ୍ୟନ୍ତ ଅନ୍ତିମ ଦର୍ଶନ ପାଇଁ ତାଙ୍କ ପାର୍ଥିବ ଶରୀରକୁ ରଖାଯିବ । ତାଙ୍କ ପୈତୃକ ଗାଁରେ ଲୋକମାନେ ‘ନେତାଜୀ ଅମର ରହେ’ ବୋଲି ଲୋକେ ନାରାବାଜୀ ମଧ୍ୟ କରଚଛନ୍ତି। ସୋମବାର ସକାଳ ୮.୧୬ ମିନିଟରେ ମେଦାନ୍ତ ହସପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ତେବେ ତାଙ୍କ ଅନ୍ତିମ ସଂସ୍କାର ୩ଟାରେ କରାଯିବ।

ଆଜି ଅପରାହ୍ଣ ୩ଟାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ମୁଲାୟମଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। ମୁଲାୟମଙ୍କ ମରଶରୀରକୁ ପୈତୃକ ଘରର କୋଠିର ବାହାର କକ୍ଷରେ ସାଧାରଣ ଦର୍ଶନ ପାଇଁ ରଖାଯାଇଛି। ସୈଫଇ ଗାଁର ମେଳା ପଡିଆରେ ଥିବା ହନୁମାନଙ୍କ ମୂର୍ତ୍ତି ନିକଟରେ ଅନ୍ତେଷ୍ଟି କ୍ରିୟା ହେବ। ତେବେ ତାଙ୍କ ଶେଷ ଦର୍ଶନ ପାଇଁ ପ୍ରଧାନମନ୍ତ୍ରୀ ମୋଦି ସୈଫଇ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ମୁଲାୟମଙ୍କ ପୈତୃକ ଗାଁକୁ ଯାଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶେଷଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମୁଲାୟମଙ୍କ ପରଲୋକରେ ଉତ୍ତରପ୍ରଦେଶରେ ତିନିଦିନିଆ ଶୋକ ପାଳନ ହେଉଛି ।

ଏହାସହିତ ଲୋକସଭା ଅଧ୍ୟକ୍ଷ ଓମ ବିରଲା ମଧ୍ୟ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ମୁଲାୟମଙ୍କ ଅନ୍ତିମ ସଂସ୍କାରରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ବଘେଲ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଭଳି ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ । ତେବେ ଏତେ ସଂଖ୍ୟା ବହୁତ ବିଶିଷ୍ଟ ବ୍ୟକ୍ତି ଯୋଗ ଦେବାକୁ ନେଇ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଛି।

ଗତକାଲି ୮୨ ବର୍ଷ ବୟସରେ ମୁଲାୟମ ସିଂ ଯାଦବଙ୍କର ପରଲୋକ ହୋଇଥିଲା । ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା । କିଛିଦିନ ହେବ ସେ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଅସୁସ୍ଥତା ପାଇଁ ତାଙ୍କୁ ଅଗଷ୍ଟ ୨୨ରେ ମେଦାନ୍ତରେ ଭର୍ତ୍ତି କରାଯାଇଥିଲା । ଅକ୍ଟୋବର ୨ ତାରିଖରେ ଆଇସିୟୁକୁ ସ୍ଥାନାନ୍ତରିତ ହୋଇଥିଲେ । ଅକ୍ସିଜେନ ଲେବଲ କମିବା ଯୋଗୁଁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ମୁଲାୟମ ସିଂ ଯାଦବଙ୍କୁ ୟୁରିନ୍ ସଂକ୍ରମଣ, ବ୍ଲଡ ପ୍ରେସରର ସମସ୍ୟା ସହିତ ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହେଉଥିଲା, ଯାହାଫଳରେ ତାଙ୍କୁ ମେଦାନ୍ତ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମେଡିକାଲରେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅତି ଗୁରୁତର ଥିଲା ।

Swagatika

Recent Posts

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

3 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

17 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago