Below header

ଜି-୨୦ ସମ୍ମିଳନୀରେ ସାମିଲ ହେବାକୁ ଜାପାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ : ଜାପାନରେ ନରେନ୍ଦ୍ର ମୋଦି । ଜି-୨୦ ସମ୍ମିଳନୀରେ ସାମିଲ ହେବାକୁ ଜାପାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓସାକାରେ ପହଞ୍ଚିବା ପରେ ଏୟାରପୋର୍ଟରେ ମୋଦି ମୋଦି ନାରା ଶୁଭିଥିଲା । କିଛି ସମୟ ପରେ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ । ଷଷ୍ଠ ଥର ପାଇଁ ବୈଠକରେ ସାମିଲ ହେବେ ମୋଦି । ଜି-୨୦ ସମ୍ମିଳନୀରେ ମହିଳା ସଶକ୍ତିକରଣ, ଡିଜିଟାଲାଇଜେସନ୍‌ ଓ ଜୟବାଳୁ ପରିବର୍ତ୍ତନ ଆଦି ପ୍ରସଙ୍ଗ ଉଠଇବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଋଷ୍‌ ରାଷ୍ଟ୍ରପତି ଭ୍ଲାଦିମିର୍‌ ପୁଟିନ୍‌ଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.