ଦେଶ ବିଦେଶ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ ତାରିଖରେ ପରିବର୍ତ୍ତନ, ୮ ନୁହେଁ ୯ରେ ନେବେ ଶପଥ !

ମୋଦି ସରକାର ତୃତୀୟଥର ପାଇଁ ସରକାର ଗଢିବାକୁ ଯାଉଛନ୍ତି । ପୂର୍ବରୁ ଶନିବାର ଜୁନ୍ ୮ରେ ଶପଥ ନେବା ନେଇ ଘୋଷଣା ହୋଇଥିଲା । କିନ୍ତୁ ଏବେ ଜୁନ୍‌ ୮ ବଦଳରେ ଜୁନ୍‌ ୯ ତାରିଖରେ ମୋଦି ଶପଥ ନେବେ । ରାଷ୍ଟ୍ରପତି ଇସ୍ତଫା ଗ୍ରହଣ କରିବା ସହ ନୂଆ ସରକାର ପାଇଁ ଅନୁମତି ଦେବା ପରେ ଦଳ ପକ୍ଷରୁ ଶପଥ ଉତ୍ସବ ଜୁନ୍ ୮ ନେଇ ଘୋଷଣା ହୋଇଥିଲା । ଶନିବାର ନୁହେଁ, ରବିବାର ନରେନ୍ଦ୍ର ମୋଦି ଶପଥ ନେଇପାରନ୍ତି।

ସୂଚନା ଅନୁସାରେ, ଏନଡିଏ ସହଯୋଗୀ ଦଳ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁଙ୍କ ଶପଥ ଉତ୍ସବ ତାରିଖ ପରିବର୍ତ୍ତନ କରାଯିବା ପରେ ଏହି ଖବର ସାମ୍ନାକୁ ଆସିଛି । ଚନ୍ଦ୍ରବାବୁ ନାଇଡୁ ଶନିବାର ଶପଥ ନେବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ ପରେ ଜୁନ୍ ୧୨କୁ ଦିନ ଧାର୍ଯ୍ୟ କରାଯାଇଛି ।

ମୋଦି ତୃତୀୟ ଥର ଭାବେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ । ଶପଥ ଗ୍ରହଣ ଉତ୍ସବ ପାଇଁ ବିଦେଶୀ ଅତିଥିଙ୍କୁ ନିମନ୍ତ୍ରଣ ଦିଆଗଲାଣି । ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା, ଶ୍ରୀଲଙ୍କା ରାଷ୍ଟ୍ରପତି ରନିଲ ୱିକ୍ରମ ସିଂଘେଙ୍କୁ ନିମନ୍ତ୍ରଣ କରାଯାଇଛି । ଭୁଟାନ, ନେପାଳ ଓ ମରିସସ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି । ୨୦୧୯ରେ BIMSTEC ସଦସ୍ୟ ରାଷ୍ଟ୍ରର ନେତାମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା । ଏହାଛଡା ବଲିଉଡ ସେଲିବ୍ରିଟିଙ୍କୁ ମଧ୍ୟ ନିମନ୍ତ୍ରଣ ଦିଆଯାଇଛି । ହେମା ମାଳିନୀ, କଙ୍ଗନା ରଣାଓ୍ଵତ, ଅରୁଣ ଗୋଭିଲ, ରଜନୀକାନ୍ତ, କରନ ଜୋହର, ଅନିଲ କପୁର, ଅନୁପମ ଖେର, ବୋନି କପୁର ଏବଂ ଜିତେନ୍ଦ୍ର ମଧ୍ୟ ସାମିଲ ହେବାର ସମ୍ଭାବନା ରହିଛି ।

ତେବେ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ଚୀନ, ପାକିସ୍ତାନ ଏବଂ ମାଳଦ୍ୱୀପର ନେତାଙ୍କୁ ନିମନ୍ତ୍ରଣ ଦିଆଯାଇନାହିଁ ।

କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ସହ ରେକର୍ଡ କରିବାକୁ ଯାଉଛନ୍ତି ମୋଦି । ପ୍ରଧାନମନ୍ତ୍ରୀ ପଦରୁ ମୋଦି ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଇସ୍ତଫା ଗ୍ରହଣ କରିବା ସହ ନୂଆ ସରକାର ଗଠନ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇବାକୁ ମୋଦିଙ୍କୁ ଅନୁରୋଧ କରିଛନ୍ତି ।

Swagatika

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago