ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଏନଡ଼ିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଏନଡ଼ିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଆଜି ରାଜଧାନୀ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦୌପଦୀ ମୁର୍ମୁ ଭେଟିଥିବା ନେଇ ଜଣାଯାଇଛି । ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସମାଜର ବିକାଶ ପାଇଁ ତାଙ୍କର ଅବଦାନକୁ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶଂସା କରିଥିବା ଜଣାଯାଇଛି ।

ସୂଚନା ଦେବା ଉଚିତ ହେବକି କାଲି ଭୁବନେଶ୍ୱରରେ ପହଞ୍ଚିଥିଲେ ଏନିଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଗତକାଲି ରାତିରେ ଏମସିଏଲ ଗେଷ୍ଟ ହାଉସରେ ରହିଥିଲେ ଦ୍ରୌପଦୀ ମୁର୍ମୁ । ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ଆସନ୍ତା ୨୪ ତାରିଖରେ ନାମାଙ୍କନ ଦାଖଲ କରିବେ ଦ୍ରୌପଦୀ ମୁର୍ମୁ । ବିଜେଡି ତାଙ୍କୁ ସମର୍ଥନ ଦେବ ବୋଲି ଘୋଷଣା କରିଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.