ଦେଶ ବିଦେଶ

ବଦଳିଗଲା ନେହେରୁ ମେମୋରିଆଲ୍‌ ମ୍ୟୁଜିୟମ୍‌ର ନାମ, ଏବେ କୁହାଯିବ ‘ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ’

ବଦଳିଲା ନେହେରୁ ମେମୋରିଆଲ୍‌ ମ୍ୟୁଜିୟମ୍‌ ଏବଂ ଲାଇବ୍ରେରୀ(NMML)ର ନାମ। ନୂଆଦିଲ୍ଲୀସ୍ଥିତ ଏହି ସଂଗ୍ରହାଳୟ ଏବେ ‘ପ୍ରଧାନମନ୍ତ୍ରୀ ମ୍ୟୁଜିୟମ୍‌ ଏବଂ ଲାଇବ୍ରେରୀ ସୋସାଇଟି’ ନାମରେ ପରିଚିତ ହେବ। ଏହାକୁ ଔପଚାରିକ ଭାବେ ପରିବର୍ତ୍ତନ କରି ଦିଆଯାଇଛି। ନାମ ପରିବର୍ତ୍ତନକୁ ନେଇ ରେଜିଷ୍ଟ୍ରାର୍‌ ଅଫ୍‌ ସୋସାଇଟିରୁ ଅନୁମୋଦନ ମିଳିଛି।

ନେହେରୁ ସଂଗ୍ରହାଳୟର ନାମ ପରିବର୍ତ୍ତନ ସମ୍ପର୍କରେ ପୂର୍ବରୁ ହିଁ ଘୋଷଣା କରାଯାଇଥିଲା। କିନ୍ତୁ ବର୍ତ୍ତମାନ ଏହାକୁ ମଞ୍ଜୁରୀ ମିଳିଛି। ଗତ ଜୁନ୍‌ରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନାମ ପରିବର୍ତ୍ତନ ନେଇ ନିଷ୍ପତ୍ତି ହୋଇଥିଲା। ଏଥିରେ କେନ୍ଦ୍ର ସରକାରଙ୍କର ଅନେକ ମନ୍ତ୍ରୀ ଯୋଗଦେଇଥିଲେ।

ଅଫିସିଆଲି ଭାବେ ସଂଗ୍ରହାଳୟର ନାମକୁ ପରିବର୍ତ୍ତନ କରାଯାଇଛି। ଏ ନେଇ ଜୁନ୍‌ରେ ମନ୍ତ୍ରୀ ପରିଷଦ ବୈଠକରେ ପ୍ରସ୍ତାବ ପାରିତ ହୋଇଥିଲା। ବର୍ତ୍ତମାନ ରେଜିଷ୍ଟ୍ରାର୍‌ ଅଫ୍‌ ସୋସାଇଟିରୁ ଏହା ଅନୁମୋଦନ ଲାଭ କରିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୬ରେ ନୂଆଦିଲ୍ଲୀର ତିନି ମୂର୍ତ୍ତି ପରିସରରେ ଭାରତର ସମସ୍ତ ପ୍ରଧାନମନ୍ତ୍ରୀଙ୍କ ସମର୍ପଣରେ ଏକ ସଂଗ୍ରହାଳୟ ସ୍ଥାପନ କରିବାକୁ ବିଚାର ରଖିଥିଲେ।

୨୦୧୬ ନଭେମ୍ବର ୨୫ରେ ଆୟୋଜିତ NMMLର ୧୬୨ତମ କାର୍ଯ୍ୟକାରୀ ପରିଷଦ ବୈଠକରେ ତିନି ମୂର୍ତ୍ତି ପରିସରରେ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ନିର୍ମାଣ ଯୋଜନାର ପ୍ରସ୍ତାବକୁ ଅନୁମୋଦନ ମିଳିଥିଲା। ଏହି ସଂଗ୍ରହାଳୟ ନିର୍ମାଣ ଯୋଜନା ସମ୍ପୂର୍ଣ୍ଣ ହେବା ପରେ ୨୦୨୨ ଏପ୍ରିଲ ୨୧ରୁ ଏହାକୁ ସର୍ବସାଧାରଣଙ୍କ ପାଇଁ ଖୋଲାଯାଇଥିଲା।

Roshni

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago