ଦେଶ ବିଦେଶ

ତ୍ରିପୁରାରେ ଆଜିଠୁ ନୂଆ ସରକାର, ମାଣିକ ସାହା ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦରେ ନେଲେ ଶପଥ

ତ୍ରିପୁରାରେ ମାଣିକ ସାହା ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ଥିଲେ। ମାଣିକ ସାହାଙ୍କୁ ସୋମବାର ସର୍ବସମ୍ମତି କ୍ରମେ ବିଧାୟକଙ୍କ ନେତା ଭାବରେ ନିର୍ବାଚିତ କରାଯାଇଥିଲା।

ମାଣିକ ସାହାଙ୍କ ସମେତ ମୋଟ ୯ ଜଣ ବିଧାୟକ ମନ୍ତ୍ରୀ ପଦର ଶପଥ ନେଇଥିଲେ। ରାଜ୍ୟପାଳ ଏସ.ଏନ୍ ଆର୍ଯ୍ୟ ମାଣିକ ସାହାଙ୍କୁ ରାଜ୍ୟର ଦ୍ୱାଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ପାଠ କରାଇଥିଲେ। ସେପଟେ ତ୍ରିପୁରା କଂଗ୍ରେସ ନିର୍ବାଚନ ପରେ ହୋଇଥିବା ହିଂସାକୁ ଦର୍ଶାଇ ଶପଥ ଗ୍ରହଣ ସମାରୋହକୁ ବହିଷ୍କାର କରିଛି।

ନିକଟରେ ତ୍ରିପୁରାରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ​​ବିଜେପି ୬୦ ସଦସ୍ୟ ବିଶିଷ୍ଟ ଗୃହରେ ୩୨ ଆସନ ଜିତିଥିଲା। ଯେତେବେଳେ କି, ଏହାର ସହଯୋଗୀ ଆଇପିଏଫଟି ଗୋଟିଏ ଆସନ ହାସଲ କରିବାରେ ସଫଳ ରହିଥିଲା। ରାଜ୍ୟରେ ୮୧.୧ ପ୍ରତିଶତ ମତଦାନ ରେକର୍ଡ କରାଯାଇଛି।

Roshni

Recent Posts

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

8 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

21 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

22 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago