ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତୀଶ କୁମାର

ଜେଡିୟୁ ବିଧାୟକ ଦଳ ବୈଠକରେ ନିଆଗଲା ବଡ଼ ନିଷ୍ପତି । ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ବିଧାୟକ ମାନଙ୍କୁ ସୂଚନା ଦେଇଛନ୍ତି ନୀତୀଶ କୁମାର ।

ନୂଆଦିଲ୍ଲୀ (କେନ୍ୟୁଜ) : ବିହାର ରାଜନୀତିରେ ଆଜି ହେବ ବଡ଼ ଧରଣର ହଲଚଲ୍ । ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ଜେଡିୟୁ ବିଧାୟକ ଦଳ ବୈଠକରେ ନିଆଗଲା ବଡ଼ ନିଷ୍ପତି । ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ବିଧାୟକ ମାନଙ୍କୁ ସୂଚନା ଦେଇଛନ୍ତି ନୀତୀଶ କୁମାର । ସେ ରାଜଭବନରେ ପହଁଚି ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଏହା ପୂର୍ବରୁ ରାଜଭବନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଅପରାହ୍ନରେ ନୂଆ ସରକାର ନେଇପାରେ ଶପଥ । ବିଜେପି ପକ୍ଷରୁ ମଧ୍ୟ ବିଧାୟକ ଦଳ ବୈଠକ ଆରମ୍ଭ ହୋଇଛି । ବିଜେପି ସହ ମିଶି ଦିନ ୪ଟାରେ ନୀତୀଶ କୁମାର ଶପଥ ନେବେ ବୋଲି କୁହାଯାଉଛି । ନବମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତୀଶ କୁମାର । ଗୃହମନ୍ତ୍ରୀ ଅମତି ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ବିହାର ଯାଇପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି । ଅମିତ୍ ଶାହ ଆଜି ତାଙ୍କର ପଶ୍ଚିମବଙ୍ଗ ଗସ୍ତ ବାତିଲ କରି ବିହାର ଯିବା ନେଇ ସୂଚନା ମିଳିଛି । କୁହାଯାଉଛି ଯେ ବିହାରରେ ନୂଆ ସରକାର ଗଠନ ଶପଥ ସମାରୋହରେ ଏମାନେ ସାମିଲ ହେବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.