ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ନୀତୀଶ କୁମାର, ତେଜସ୍ୱୀ ଯାଦବ ହେଲେ ଉପମୁଖ୍ୟମନ୍ତ୍ରୀ

ନୀତୀଶ କୁମାର ଗତକାଲି ଇସ୍ତଫା ଦେବା ପରେ ପୁଣି ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ଗ୍ରହଣ କରିଛନ୍ତି।ଏହା ସହିତ ଉପ-ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଛନ୍ତି ରାଷ୍ଟ୍ରୀୟ ଜନତା ଦଳ ନେତା ତେଜସ୍ୱୀ ଯାଦବ। ରାଜଭବନ ରାଜ୍ୟପାଳ ଫାଗୁ ଚୌହ୍ଵାନ ମୁଖ୍ୟମନ୍ତ୍ରୀ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଏହି ଅବସରରେ ତେଜସ୍ୱୀ ଯାଦବଙ୍କ ପତ୍ନୀ ସାଙ୍ଗରେ ଥିଲେ। ନୀତୀଶ କୁମାର ୨୦୦୦ ମସିହାରେ ୭ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହାପରେ ୨୨ ବର୍ଷ ମଧ୍ୟରେ ଏହାକୁ ମିଶାଇ ୮ ଥର ମୁଖ୍ୟମନ୍ତ୍ରୀ ପଦରେ ଶପଥ ନେଲେଣି। କେବଳ ମୁଖ୍ୟମନ୍ତ୍ରୀ ଏବଂ ଉପ-ମୁଖ୍ୟମନ୍ତ୍ରୀ ଶପଥ ନେଇଛନ୍ତି । ମନ୍ତ୍ରୀମଣ୍ଡଳର ଶପଥ ନେଇନଥିବା ବେଳେ ପରବର୍ତ୍ତୀ ପର୍ଯ୍ୟାୟରେ କ୍ୟାବିନେଟ୍ ମନ୍ତ୍ରିମଣ୍ଡଳ ଶପଥ ନେବେ ବୋଲି ସୂଚନା ରହିଛି ।

ରାଜଭବନରେ ଆୟୋଜିତ ସ୍ୱତନ୍ତ୍ର ଶପଥ ଗ୍ରହଣ ସମାରୋହରେ ରାଷ୍ଟ୍ରୀୟ ଜନତା ଦଳର ବା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପରିବାର ସଦସ୍ୟ ଉପସ୍ଥିତ ଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ରାବଡୀ ଦେବୀ, ତେଜ୍ ପ୍ରତାପ ଯାଦବ, ତେଜସ୍ୱୀ ଯାଦବଙ୍କ ପତ୍ନୀଙ୍କ ସମେତ ଆରଜେଡିର ବରିଷ୍ଠ ନେତା, ବିଧାୟକ ଏବଂ ସାଂସଦ ଉପସ୍ଥିତ ରହିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.