ଦେଶ ବିଦେଶ

ନରେନ୍ଦ୍ର ମୋଦିଙ୍କ ପାଦ ଛୁଇଁବାକୁ ଚେଷ୍ଟା କଲେ ନୀତୀଶ କୁମାର, ମୋଦି ଧରି ପକାଇଲେ ହାତ

ଏନ୍‌ଡିଏ ସଂସଦୀୟ ଦଳ ବୈଠକରେ ଜେଡିୟୁ ମୁଖ୍ୟ ନୀତୀଶ କୁମାର ଜୋର୍‌ଦାର ଭାଷଣ ଦେଇଥିଲେ । ସେ ନରେନ୍ଦ୍ର ମୋଦିଙ୍କୁ ଲୋକସଭାର ନେତା, ବିଜେପି ତଥା ଏନ୍‌ଡିଏ ସଂସଦୀୟ ଦଳର ନେତା ଭାବରେ ମନୋନୀତ କରିବାର ପ୍ରସ୍ତାବକୁ ସମର୍ଥନ କରିଥିଲେ । ସେ କହିଥିଲେ ଯେ ଆମ ଦଳ ‘ଜେଡିୟୁ’ ପ୍ରଧାନମନ୍ତ୍ରୀ ପଦ ପାଇଁ ମୋଦିଙ୍କୁ ସମର୍ଥନ କରୁଛି । ସେ ସମଗ୍ର ଦେଶର ସେବା କରିଛନ୍ତି ଏବଂ ଆମେ ସମ୍ପୂର୍ଣ୍ଣ ଭାବରେ ତାଙ୍କ ସହିତ ରହିବୁ ।

ଏନ୍‌ଡିଏ ବୈଠକରେ ନିଜ ଭାଷଣ ପରେ ଯେତେବେଳେ ନୀତୀଶ କୁମାର ମଞ୍ଚ ଆଡ଼କୁ ଆସିଥିଲେ, ସେତେବେଳେ ସେ ମୋଦିଙ୍କ ପାଦ ଛୁଇଁବାକୁ ଚେଷ୍ଟା କରିଥିଲେ । ଯେମିତି ନୀତୀଶ କୁମାର ତାଙ୍କ ପାଦ ଛୁଇଁବା ପାଇଁ ଆଗକୁ ବଢ଼ିଥିଲେ, ତତ୍‌କ୍ଷଣାତ ମୋଦି ତାଙ୍କର ଦୁଇ ହାତ ଧରି ପକାଇଥିଲେ । ତାଙ୍କୁ ନୀତୀଶ କୁମାର ମୁଣ୍ଡ ନୁଆଁଇ ଅଭିବାଦନ ଜଣାଇଥିଲେ ।

ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ସୂଚନାଥାଉ କି, ନୀତୀଶ କୁମାର ନରେନ୍ଦ୍ର ମୋଦିଙ୍କଠାରୁ ଏକ ବର୍ଷ ସାନ ।

ନୀତୀଶ କୁମାର ସଂସଦୀୟ ଦଳର ବୈଠକକୁ ସମ୍ବୋଧିତ କରିବା ବେଳେ କହିଥିଲେ ଯେ ନରେନ୍ଦ୍ର ମୋଦି ୧୦ ବର୍ଷ ଧରି ପ୍ରଧାନମନ୍ତ୍ରୀ ରହିଛନ୍ତି ଏବଂ ପୁଣି ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି । ସେ ସମଗ୍ର ଦେଶର ସେବା କରିଛନ୍ତି । ମୋର ସମ୍ପୂର୍ଣ୍ଣ ଭରସା ଅଛି ଯେ ଯାହା କିଛି ବାକି ରହିଛି, ତାହାକୁ ପରବର୍ତ୍ତୀ ସମୟରେ ସମ୍ପୂର୍ଣ୍ଣ କରିବେ ।

କହି ରଖୁଛୁ ଯେ ଆସନ୍ତା ୯ ତାରିଖରେ ଶପଥ ନେବେ ନରେନ୍ଦ୍ର ମୋଦି । ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ଏନ୍‌ଡିଏ ସଂସଦୀୟ ଦଳର ନେତା ଭାବରେ ନିର୍ବାଚିତ ହେବା ପରେ ନରେନ୍ଦ୍ର ମୋଦି ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭେଟିଛନ୍ତି । ମୋଦି ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପୂର୍ବରୁ ଆଡ୍‌ଭାନୀଙ୍କଠାରୁ ଆଶୀର୍ବାଦ ନେବାକୁ ଆସିଥିଲେ । ଏହି ସମୟରେ ସେ ବରିଷ୍ଠ ବିଜେପି ନେତାଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ ।

Roshni

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago