ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହେବ ନାମାଙ୍କନପତ୍ର, ପ୍ରକାଶ ପାଇଲା ବିଜ୍ଞପ୍ତି
କେନ୍ୟୁଜ୍(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ। ଆଜିଠୁ ଆରମ୍ଭ ହେବ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା। ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ ନାମାଙ୍କନପତ୍ର ଦାଖଲ।
୩୦ରେ ଯାଞ୍ଚ ଓ ଜୁଲାଇ ୨ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ। ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ରେ ସରୁଛି।