ଜମ୍ମୁ କଶ୍ମୀର ପୁଲଓ୍ଵାମାରେ ପୁଣି ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ

ଜାମ୍ମୁ କାଶ୍ମୀର: ଜମ୍ମୁ କଶ୍ମୀର ପୁଲଓ୍ଵାମାରେ ପୁଣି ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ । ପୁଲଓ୍ଵାମାର ଗୁସୁ ଜିଲ୍ଲାରେ ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିବା ପରେ ୫୩ଟି ଆର୍ମୀ ରାଇଫଲ ଟିମ୍‌ ଓ ପୋଲିସ ମିଳିତ ଭାବେ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି ।

ଆତଙ୍କବାଦୀମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ କରିଥିଲେ । ଯାହାଫଳରେ ପୋଲିସର ପାଲଟା ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି । ଏହାସହ ଜଣେ ସୁରକ୍ଷାକର୍ମୀ ଓ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ତେବେ ବର୍ତ୍ତମାନ ମଧ୍ଯ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.