ଦେଶ ବିଦେଶ

ଆଜିଠୁ ସଂସଦ ବଜେଟ ଅଧିବେଶନ, କାଲି ଆସିବ କାମଚଳା ବଜେଟ

ନୂଆଦିଲ୍ଲୀ (କେନ୍ୟୁଜ): ଆଜିଠାରୁ ସଂସଦର ବଜେଟ ଅଧିବେଶନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣରୁ ଆରମ୍ଭ ହେବ ଅଧିବେଶନ । ରାଷ୍ଟ୍ରପତି ଲୋକସଭା ଓ ରାଜ୍ୟସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ । ଚଳିତ ବଜେଟ୍ ଅଧିବେଶନ ଆସନ୍ତା ୯ ତାରିଖ ଯାଏ ଚାଲିବ। ଗୃହକାର୍ଯ୍ୟ ସୁରୁଖୁରୁରେ ଚଳାଇବା ନେଇ ସର୍ବଦଳୀୟ ବୈଠକ ବସି ଆଲୋଚନା କରାଯାଇଛି । ବିରୋଧୀଙ୍କ ସହଯୋଗ ଲୋଡ଼ିଛନ୍ତି ସରକାର ।

ଆସନ୍ତାକାଲି ଉପସ୍ଥାପିତ ହେବ ୨୦୨୪-୨୦୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ୍ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କାମଚଳା ବଜେଟ ଉପସ୍ଥାପନ କରିବେ । ଆସନ୍ତା ଏପ୍ରିଲ-ମେ ମାସରେ ସାଧାରଣ ନିର୍ବାଚନ ରହିଛି । ତାପୂର୍ବରୁ ମୋଦି ସରକାରଙ୍କ ଦ୍ବିତୀୟ ପାଳିର ଏହା ହେବ ଶେଷ ବଜେଟ । ନିର୍ବାଚନ ପରେ କେନ୍ଦ୍ରରେ ନୂଆ ସରକାର ଗଠନ ପରେ ପୂର୍ଣ୍ଣାଙ୍ଗ ବଜେଟ୍ ଅଣାଯିବ । ଅନ୍ୟପଟେ ଶୀତ ଅଧିବେଶନ ବେଳେ ଉଭୟ ଲୋକସଭା ଓ ରାଜ୍ୟସଭାରେ ହଟ୍ଟଗୋଳ କରୁଥିବା ୧୪୬ ବିରୋଧୀ ସାଂସଦଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ ହୋଇଛି । ଫଳରେ ଆଜିଠାରୁ ବଜେଟ୍ ଅଧିବଶନରେ ସେମାନେ ଯୋଗ ଦେଇପାରିବେ ।

Barsha

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…

16 mins ago

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

3 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

3 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

4 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

4 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

4 hours ago