ଦେଶ ବିଦେଶ

ଦୀର୍ଘ ୯ମାସ ପରେ ଖୋଲିଲା ପଶୁପତିନାଥ ମନ୍ଦିର, ଦର୍ଶନ ପାଇଁ ମାନିବାକୁ ପଡିବ ଏହି ନିୟମ

ଖୋଲିଲା ନେପାଳ ସ୍ଥିତ କାଠମାଣ୍ଡୁରେ ଅବସ୍ଥିତ ପ୍ରସିଦ୍ଧ ପଶୁପତିନାଥ ମନ୍ଦିର। କରୋନା ମହାମାରୀ ପାଇଁ ଦୀର୍ଘ ୯ମାସ ଧରି ବନ୍ଦ ରହିବା ପରେ ଗତକାଲି ଖୋଲିଛି ପଶୁପତିନାଥ ମନ୍ଦିର। ପଶୁପତି ଏରିୟା ଡେଭଲପମେଣ୍ଟ ଟ୍ରଷ୍ଟ ମୁତାବକ, କରୋନା ସମୟରେ ଲୋକଙ୍କ ସୁରକ୍ଷାକୁ ଧ୍ୟାନରେ ରଖି ମନ୍ଦିର ବନ୍ଦ କରାଯାଇଥିଲା। କିନ୍ତୁ ବର୍ତ୍ତମାନ ଦର୍ଶନ ପାଇଁ ମନ୍ଦିର ଖୋଲାଯାଇଛି।

ସୂଚନା ମୁତାବକ, ଭକ୍ତଙ୍କୁ ଦର୍ଶନ ପାଇଁ ମନ୍ଦିରରରେ ପ୍ରବେଶ କରିବା ସମୟରେ ମାସ୍କ ଲଗାଇବା ଜରୁରୀ । ଏଥିସହ ଦର୍ଶନ ପାଇଁ ଭକ୍ତଙ୍କୁ ଲାଇନ୍‌ ରେ ଛିଡା ହେବା ସହ ପରସ୍ପରଙ୍କ ଠାରୁ ୨ ମିଟର ବ୍ୟବଧାନ ରଖିବା ଜରୁରୀ । ଏନେଇ ବିକାଶ କୋଷ ପକ୍ଷରୁ ମନ୍ଦିରକୁ ଦର୍ଶନ ପାଇଁ ଆସୁଥିବା ଭକ୍ତମାନଙ୍କ ପାଇଁ ସାନିଟାଇଜର୍‌ ବ୍ୟବସ୍ଥା କରାଯାଇଛି । ସୂଚନାଯୋଗ୍ୟ, ଗତ ୨୦ ମାର୍ଚ୍ଚ ୨୦୨୦ରୁ ଭକ୍ତଙ୍କ ପାଇଁ ପଶୁପତିନାଥ ମନ୍ଦିର ବନ୍ଦ କରାଯାଇଥିଲା।

KNews Bureau

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

11 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

21 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

32 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago