ଦେଶ ବିଦେଶ

୭୩ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ, ଜନ୍ମଦିନ ଅବସରରେ ଆଜି ଆରମ୍ଭ ହେବ ବିଶ୍ବକର୍ମା ଯୋଜନା

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୩ ତମ ଜନ୍ମ ଦିନ। ଆଉ ତାଙ୍କ ଜନ୍ମ ଦିନ ଅବସରରେ ଦେଶରେ ଆରମ୍ଭ ହେବ ବିଶ୍ବକର୍ମା ଯୋଜନା। ନରେନ୍ଦ୍ର ମୋଦି ଏକବିଂଶ ଶତାବ୍ଦୀ ଭାରତର ନୂଆ ବିଶ୍ବକର୍ମା ହୋଇ ଉଭା ହୋଇଛନ୍ତି। ତାଙ୍କର ନଅ ବର୍ଷର ଶାସନ କାଳରେ, ଅର୍ଥନୀତି ଓ ବୈଦେଶିକ ନୀତିରେ ଅନେକ ସଫଳତା ପାଇଛି ଭାରତ। କେବଳ ଏତିକ ନୁହଁ ଭାରତ ଆତ୍ମ ନିର୍ଭର ହେବା ସହ ସାମରିକ କ୍ଷେତ୍ରରେ ସଶକ୍ତ ହୋଇଛି। ସେହିପରି ସାରା ଭାରତର ବିଜେପି ଶାଖାଗୁଡ଼ିକ ତାଙ୍କର ଜନ୍ମଦିନକୁ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ମୋଦି । ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ କାର୍ଯ୍ୟ କରିବାରେ ମୋଦି ହେଉଛନ୍ତି ପ୍ରଥମ । ୨୦୦୧ରୁ ୨୦୧୪ ଯାଏ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ ସେ କାର୍ଯ୍ୟ କରିଛନ୍ତି । ୫ ଦଶନ୍ଧିର ରାଜନୈତିକ ଜୀବନ ମଧ୍ୟରେ ଅନେକ ଉତ୍‌ଥାନ ପତନ ଦେଖିଛନ୍ତି ମୋଦି। ସ୍ୱାଧୀନ ଭାରତରେ ଜନ୍ମଗ୍ରହଣ କରିଥିବା ପ୍ରଥମ ପ୍ରଧାନମନ୍ତ୍ରୀ ହେବା ସହ ସେ ପ୍ରଥମ ବିଜେପି ନେତା ଯାହାଙ୍କ ନେତୃତ୍ୱରେ ୨୦୧୪ ଏବଂ ୨୦୧୯ରେ ଦଳ ଏକକ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାରରେ ବସିଛନ୍ତି । ବର୍ତ୍ତମାନ ପ୍ରାୟ ସାଢ଼େ ୯ ବର୍ଷ ହେଲା ମୋଦୀ ପ୍ରଧାନମନ୍ତ୍ରୀ ଅଛନ୍ତି। ଆସନ୍ତାବର୍ଷ ତାଙ୍କର ଦ୍ବିତୀୟ ପାଳିର ଅବଧି ପୂର୍ଣ୍ଣ ହେବାକୁ ଯାଉଛି।

 

Barsha

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

15 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

23 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

38 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

44 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

58 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago