ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗୁରୁମନ୍ତ୍ର, ନୂଆ ସଙ୍କଳ୍ପ ନେଇ ଆଗକୁ ବଢ଼ିବାକୁ ପରାମର୍ଶ

ନୂଆଦିଲ୍ଲୀ: ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗୁରୁମନ୍ତ୍ର । ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ସହ ପରୀକ୍ଷା ପେ ଚର୍ଚ୍ଚାରେ ସମ୍ବୋଧନ କରିଛନ୍ତି । ନୂଆଦିଲ୍ଲୀର ତାଲକୋଟରା ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ମୋଦି ପରୀକ୍ଷାର୍ଥୀ ଓ ଛାତ୍ରଛାତ୍ରୀଙ୍କୁ ସମ୍ବୋଧନ କରି ୨୦୨୦ରୁ ଏକ ନୂଆ ଦଶନ୍ଧିର ଆରମ୍ଭ ହୋଇଥିବା କହିଛନ୍ତି। ଏହି ଦଶନ୍ଧି ଭାରତ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ଦଶନ୍ଧିରେ ଦେଶ ଯେଉଁ ପ୍ରଗତି କରିବ ସେଥିରେ ୧୦ମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିବ ବୋଲି ସେ କହିଛନ୍ତି।

ନିଜକୁ ପରୀକ୍ଷାର୍ଥୀଙ୍କ ବନ୍ଧୁ ଓ ସେମାନଙ୍କର ପରିବାର ସଦସ୍ୟ ଭାବେ କହିବା ସହ ଆଗାମୀ ପିଢିଙ୍କ ଠାରୁ ଦେଶ ଅନେକ ଆଶା କରେ ବୋଲି କହିଛନ୍ତି। ପରୀକ୍ଷାରେ ଭଲ ଫଳାଫଳ ପାଇଁ ଟିପ୍‌ସ ଦେବା ସହ ଦିବ୍ୟାଙ୍ଗ ଛାତ୍ରଙ୍କ ପ୍ରଶ୍ନର ଉତ୍ତର ଦେଇଛନ୍ତି । ପରୀକ୍ଷା ସମୟରେ କିପରି ଚାପ ଓ ଭୟମୁକ୍ତ ରହିବେ ସେନେଇ ପ୍ରଧାନମନ୍ତ୍ରୀ ମୋଦି ମାର୍ଗଦର୍ଶନ କରିଛନ୍ତି।

ଏଥିରେ ପ୍ରାୟ ୨ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୋଗ ଦେବେ । ପ୍ରତିବର୍ଷ ଭଳି ଏଥର ମଧ୍ୟ ଏହି କାର୍ଯ୍ୟକ୍ରମକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅନେକ ଉତ୍ସାହ ରହିଛି । ଗତଥର ୧୫ ଜଣ ପରୀକ୍ଷାର୍ଥୀ ମୋଦିଙ୍କୁ ପ୍ରଶ୍ନ ପଚାରିଥିବା ବେଳେ ଚଳିତ ଥର ୬୦ଜଣଙ୍କୁ ଏହି ସୁଯୋଗ ମିଳିବ । କାର୍ଯ୍ୟକ୍ରମର ଆରମ୍ଭ ପୂର୍ବରୁ କିଛି ଛାତ୍ରଛାତ୍ରୀ ମୋଦିଙ୍କୁ ବିଭିନ୍ନ ପ୍ରକାରର ପେଣ୍ଟିଂ ଦେଖାଇଥିଲେ। ଏଗୁଡ଼ିକ ମୁଖ୍ୟତଃ ପରିବେଶ, ଶିକ୍ଷା ଓ ପରୀକ୍ଷା ସମୟରେ ଛାତ୍ରଛାତ୍ରୀଙ୍କ ଉପରେ ପଡୁଥିବା ଚାପ ଉପରେ ପର୍ଯ୍ୟବେଶିତ ଥିଲା।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

32 seconds ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

15 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

30 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

40 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

51 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago