ଦେଶ ବିଦେଶ

ପିଏମ୍‌ ନରେନ୍ଦ୍ର ମୋଦି ଇରାନ୍‌ ରାଷ୍ଟ୍ରପତିଙ୍କୁ କଲେ ଫୋନ୍‌, ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧକୁ ନେଇ ହେଲା ଆଲୋଚନା

ଇସ୍ରାଏଲ ଏବଂ ହମାସ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ସହ ଫୋନରେ କଥା ହୋଇଛନ୍ତି। ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ପୋଷ୍ଟ୍‍ ସେୟାର କରିଛନ୍ତି। ଏଥିରେ ମୋଦି ଲେଖିଛନ୍ତି, ‘ପଶ୍ଚିମ ଏସିଆରେ ଜଟିଳ ସ୍ଥିତି ଏବଂ ଇସ୍ରାଏଲ-ହମାସ ଯୁଦ୍ଧ ସମ୍ପର୍କରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ସହ କଥା ହେଲି। ଆତଙ୍କବାଦୀ ଘଟଣା, ହିଂସା ଏବଂ ସାଧାରଣ ନାଗରିକଙ୍କ ଜୀବନ ହାନି ଗମ୍ଭୀର ଚିନ୍ତାର ବିଷୟ ହୋଇଛି’।

ପିଏମ୍‌ ମୋଦି କହିଛନ୍ତି, ‘ଉତ୍ତେଜନା ବୃଦ୍ଧିକୁ ରୋକିବା, ନିରନ୍ତର ମାନବୀୟ ସହାୟତା ସୁନିଶ୍ଚିତ କରିବା ଏବଂ ଶାନ୍ତି ଓ ସ୍ଥିରତାର ଶୀଘ୍ର ପୁନରୁଦ୍ଧାର ଅତ୍ୟନ୍ତ ଜରୁରୀ। ଆମେ ଉଭୟ ଚାବହାର ବନ୍ଦର ସମେତ ଆମର ଦ୍ୱିପାକ୍ଷିକ ସହଯୋଗରେ ଅଗ୍ରଗତିକୁ ସ୍ୱାଗତ କରିଛୁ’।

ସୂଚନାଥାଉ କି, ଇସ୍ରାଏଲ ଏବଂ ହମାସ ମଧ୍ୟରେ ଅକ୍ଟୋବର ୭ରୁ ଯୁଦ୍ଧ ଜାରି ରହିଛି। ଅକ୍ଟୋବର ୭ ସକାଳେ ହମାସ୍‌ ରକେଟ୍ ଆକ୍ରମଣ କରି ଇସ୍ରାଏଲରେ ଅନୁପ୍ରବେଶ କରିଥିଲା। ଏହି ଆକ୍ରମଣରେ ଇସ୍ରାଏଲ୍‌ରେ ପାଖାପାଖି ୧,୪୦୦ ଲୋକଙ୍କ ଜୀବନ ଚାଲିଯାଇଥିଲା। ସେପଟେ ଗାଜାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ମୁତାବକ, ଇସ୍ରାଏଲ୍‌ ଆକ୍ରମଣରେ ପାଲେଷ୍ଟାଇନର ୧୦ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି।

Roshni

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago