ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା ଘଟଣା : ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିବାର ଏବଂ ଆହତଙ୍କୁ କ୍ଷତିପୂରଣ ଘୋଷଣା
ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶରେ ଶ୍ରୀକାକୁଲମ କାଶୀବୁଗାରେ ଥବା ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଃଖ ପ୍ରକାଶ କରିଛନ୍ତି । ସେ ମୃତକଙ୍କ ପରିବାର ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ଲେଖିଛନ୍ତି, ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା । ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠିରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ। ଏହା ସହ ପ୍ରଧାନମନ୍ତ୍ରୀ ଆହତଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ।
ଖବର ଅନୁଯାୟୀ, କାର୍ତ୍ତିକ ମାସ ଏକାଦଶୀ ଥିବାରୁ ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ପ୍ରବଳ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ହଠାତ୍ ଭକ୍ତଙ୍କ ଭିଡ଼ ବୃଦ୍ଧି ପାଇବାରୁ ଦଳାଚକଟା ହୋଇଥିଲା। ଭିଡ଼ ଏତେ ଅଧିକ ଥିଲା ଯେ ଲୋକମାନେ ପରସ୍ପର ଉପରେ ଚଢ଼ିଯାଉଥିଲେ । ଫଳରେ ଭିଡ ଅଣାୟତ୍ତ ହୋଇପଡିଥିଲା । ଶ୍ବାସରୁଦ୍ଧ ହୋଇ ଅଧିକାଂଶ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମନ୍ଦିର ପାଇଁ ପୋଲିସ ଠାରୁ ଅନୁମତି ନିଆଯାଇନଥିଲା । ଏପରିକି କୌଣସି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇନଥିଲା । ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛ ନ୍ତି। ଆହତମାନଙ୍କୁ ତୁରନ୍ତ ଏବଂ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, “ଶ୍ରୀକାକୁଲମ ଜିଲ୍ଲାର କାଶିବୁଗାରେ ଥିବା ଭେଙ୍କଟେଶ୍ୱର ମନ୍ଦିରରେ ଦଳାଚକଟା ଘଟଣାରେ ମୁଁ ଗଭୀର ମର୍ମାହତ । ଏହି ଦୁଃଖଦ ଘଟଣାରେ ଭକ୍ତଙ୍କ ମୃତ୍ୟୁ ଅତ୍ୟନ୍ତ ହୃଦୟବିଦାରକ । ମୁଁ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ପ୍ରକାଶ କରୁଛି ।”
Pained by the stampede in Venkateswara Swamy Temple in Srikakulam, Andhra Pradesh. My thoughts are with those who have lost their near and dear ones. I pray that the injured recover soon.
An ex-gratia of Rs. 2 lakh each from PMNRF would be given to the next of kin of those who…
— PMO India (@PMOIndia) November 1, 2025
Also Read : ଧୀରେ ଧୀରେ ବିଗିଡ଼ିବାରେ ଲାଗିଛି ଦିଲ୍ଲୀର ବାୟୁ ଅବସ୍ଥା,ଅନେକ କ୍ଷେତ୍ରରେ ମଧ୍ୟମ ବର୍ଗ