Below header

ଭାରତରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଭାଇରସ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟା, ଏପରି ସ୍ଥିତିରେ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତରେ କରୋନା ଭାଇରସ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏପରି ସ୍ଥଳରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିବେ । କରୋନାକୁ ନେଇ ବର୍ତ୍ତମାନର ସ୍ଥିତି, ଏଥିରୁ ରକ୍ଷା ପାଇବା ପାଇଁ ନିଆଯାଇଥିବା ପଦକ୍ଷେପ ଓ ସରକାରଙ୍କ ପ୍ରସ୍ତୁତି ନେଇ ଆଲୋଚନା କରିପାରନ୍ତି ପ୍ରଧାନମନ୍ତ୍ରୀ । ଆଜି ରାତି ୮ଟାରେ ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିବେ । ଏହା ପୂର୍ବରୁ ଉଚ୍ଚସ୍ତରୀୟ ବୈଠକ ଡାକି ଏହା ଉପରେ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । କରୋନା ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ମୋଦି ବୈଠକରେ ଆଲୋଚନା କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.