ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ମୋଦିଙ୍କ ଦ୍ବିତୀୟ ମନ୍ କୀ ବାତ୍

ଆଜି ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ ଲାଇଭ କାର୍ଯ୍ୟକ୍ରମ । ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ମୋଦିଙ୍କ ଦ୍ବିତୀୟ ମନ୍ କୀ ବାତ୍ । ଦିନ ୧୧ଟାରେ ପ୍ରସାରଣ ହୋଇଛି ମନ କି ବାତର୧୧୨ ତମ ସଂସ୍କରଣ । ରେଡିଓ ମାଧ୍ୟମରେ ଦେଶବାସୀଙ୍କ ସହ ଭାବ ବିନିମୟ କରିଛନ୍ତି ପିଏମ୍ ମୋଦି । ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ମତ କରିଛନ୍ତି ପ୍ରଧାନମନ୍ତ୍ରୀ । ଏନେଇ ଦେଶର ବିଭିନ୍ନ ସ୍ଥାନରେ ବ୍ୟାପକ ଆୟୋଜନ କରାଯାଇଛି । ପ୍ରତି ମାସ ଶେଷ ରବିବାରରେ ଦେଶବାସୀଙ୍କୁ ମନର କଥା କହିଥାନ୍ତି ପ୍ରଧାନମନ୍ତ୍ରୀ ।
ଯେଉଁଥିରେ କିଛି ସଫଳ ବ୍ୟକ୍ତିଙ୍କ ସଂଘର୍ଷର କଥା ଓ ସଫଳତାର କାହାଣୀ ସହ ଐତିହ୍ୟ ଓ ନୂଆ ଭାରତ ସମ୍ପର୍କରେ ନିଜର ଭାବ ପ୍ରକାଶ କରିଥାନ୍ତି । ଏହି କାର୍ଯ୍ୟକ୍ରମରେ ଅନେକ ଥର ପ୍ରଧାନମନ୍ତ୍ରୀ ଓଡ଼ିଶାର ଅନେକ ସଫଳ ବ୍ୟକ୍ତିଙ୍କ କଥା ଓ କାହାଣୀକୁ ଦେଶବାସୀଙ୍କୁ କହିଛନ୍ତି । ୨୦୧୪ରେ ପ୍ରଥମ ଥର ପାଇଁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ।