ଦେଶ ବିଦେଶ

ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ପୁଟିନ୍‌ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ଟେଲିଫୋନିକ୍‌ ବାର୍ତ୍ତାଳାପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଫୋନରେ କଥା ହୋଇଛନ୍ତି । ପୁଟିନ୍‌ ପୁଣିଥରେ ରୁଷ୍‌ର ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଥିବାରୁ ପିଏମ୍‌ ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଟେଲିଫୋନିକ୍‌ ବାର୍ତ୍ତାଳାପ ବେଳେ ଉଭୟ ନେତା ଭାରତ ଏବଂ ରୁଷ୍‌ର ସମ୍ପର୍କକୁ ଆହୁରି ମଜଭୁତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ ।

ଉଭୟ ନେତା ସହମତି ପ୍ରକାଶ କରିଥିଲେ ଯେ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଦୁଇ ଦେଶ ସ୍ୱତନ୍ତ୍ର ତଥା ବିଶେଷାଧିକାର ରଣନୀତିକ ଭାଗିଦାରୀକୁ ଆହୁରି ଅଧିକ ବଢ଼ାଇବେ । ଏହା ବ୍ୟତୀତ ଏହାକୁ ବିସ୍ତାର କରିବା ପାଇଁ ଉଭୟ ଦେଶ ମିଳିତ ଭାବରେ କାର୍ଯ୍ୟ କରିବେ । ଏ ସମ୍ବନ୍ଧରେ ପ୍ରଧାନମନ୍ତ୍ରୀ ମୋଦି ‘X’ରେ ଏକ ପୋଷ୍ଟ୍‍ ମଧ୍ୟ ସେୟାର କରିଛନ୍ତି ।

ସୂଚନାଯୋଗ୍ୟ, ନିକଟରେ ରୁଷ୍‌ରେ ଶେଷ ହୋଇଛି ରାଷ୍ଟ୍ରପତି ନିର୍ବାଚନ । ଏଥିରେ ଭ୍ଲାଦିମିର ପୁଟିନ ଏକ ବୃହତ ବିଜୟ ହାସଲ କରିଛନ୍ତି । ରାଷ୍ଟ୍ରପତି ପଦ ପାଇଁ ପୁଟିନ ତାଙ୍କ ପଞ୍ଚମ କାର୍ଯ୍ୟକାଳ ହାସଲ କରିଛନ୍ତି ।

ପିଏମ୍‌ ମୋଦି ଓ ରାଷ୍ଟ୍ରପତି ପୁଟିନଙ୍କ ମଧ୍ୟରେ ହୋଇଥିବା ବାର୍ତ୍ତାଳାପରେ ଭାରତ ଏବଂ ରୁଷ୍‌ ଦ୍ୱିପାକ୍ଷିକ ସହଯୋଗର ବିଭିନ୍ନ ପ୍ରସଙ୍ଗରେ ଅଗ୍ରଗତି ସମୀକ୍ଷା ମଧ୍ୟ କରିଛନ୍ତି । ପାରସ୍ପରିକ ହିତ, ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗରେ ବି ଦୁଇ ଶୀର୍ଷ ନେତାଙ୍କ ମଧ୍ୟରେ ମତ ବିନିମୟ ହୋଇଥିଲା ।

କହି ରଖୁଛୁ ଯେ ରୁଷ୍‌ରେ ରାଷ୍ଟ୍ରପତି ପଦକୁ ନେଇ ହୋଇଥିବା ଏହି ନିର୍ବାଚନରେ ପୁଟିନ ୮୭% ଭୋଟ୍ ପାଇ ବିଜୟ ହାସଲ କରିଛନ୍ତି । ସେ ପଞ୍ଚମ ଥର ପାଇଁ ଦେଶର ରାଷ୍ଟ୍ରପତି ହୋଇଛନ୍ତି ।

Roshni

Recent Posts

କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ

କେନ୍ଦ୍ରାପଡ଼ା (କେନ୍ୟୁଜ୍‌): କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ…

16 mins ago

ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଅଗ୍ନିକାଣ୍ଡ, ଫାଇବର ବ୍ୟାରିକେଡରେ ଲାଗିଲା ନିଆଁ

ପୁରୀ(କେନ୍ୟୁଜ୍‌): ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଅଗ୍ନିକାଣ୍ଡ । ଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାରରେ ଲାଗିଲା ନିଆଁ । ମନ୍ଦିର…

37 mins ago

୨୦୨୪ ମହାଯୁଦ୍ଧର ଆଜି ଶେଷ ଲଢ଼େଇ: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ

କେନ୍ୟୁଜ୍‌: ୨୦୨୪ ମହାଯୁଦ୍ଧର ଆଜି ଶେଷ ଲଢ଼େଇ। ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ।…

47 mins ago

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…

9 hours ago

ହିଟ୍ ୱେଭ ଆକ୍ସନ ପ୍ଲାନ, ମେଡିକାଲ ପ୍ରସ୍ତୁତି ନେଇ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ୍‌): ସାରା ରାଜ୍ୟରେ ହିଟ୍ ୱେଭ ଜାରି ରହିଛି। ଅନେକ ସ୍ଥାନରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସୁଛି। ଏହାକୁ ଦୃଷ୍ଟିରେ…

11 hours ago

ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍‌): ବହି କିଣିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଡର୍ଣ୍ଣ…

11 hours ago