ମୋଦିଙ୍କୁ ଦୁନିଆର ସଲାମ, UAE ପରେ ଏବେ ଋଷ ଦେବ ନିଜର ସର୍ବୋଚ୍ଚ ନାଗରିକ ସମ୍ମାନ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପୁଣି ବିଶ୍ବର ଆଉ ଏକ ସର୍ବୋଚ୍ଚ ସମ୍ମାନ । UAE ପରେ ଋଷ ମଧ୍ୟ ନରେନ୍ଦ୍ର ମୋଦିଙ୍କୁ ନିଜ ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାର ଦେବା ପାଇଁ ନିଷ୍ପତ୍ତି ନେଇଛି । ମଂଜୁରୀ ଦେଇଛନ୍ତି ଋଷର ରାଷ୍ଟ୍ରପତି ବ୍ଲାଦିମିର୍ ପୁତିନ୍ । ଏନେଇ ଋଷର ଦୂତାବାସ ପକ୍ଷରୁ ବୟାନ ଜାରି କରଯାଇଛି । ଯେଉଁଥିରେ କୁହାଯାଇଛି ଭାରତ ଓ ଋଷ ମଧ୍ୟରେ ରଣନୀତିକ ଭାଗୀଦାରୀକୁ ଅଭୂତପୂର୍ବ ଭାବେ ଆଗକୁ ବଢାଇବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଋଷର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ମାନିତ କରାଯିବ ।

ଗତ ଏପ୍ରିଲ ୪ ତାରିଖରେ UAE ମଧ୍ୟ ମୋଦିଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ମାନିତ କରିବାକୁ ନିଷ୍ପତ୍ତି ନେଇଥିଲା ।

ଏହା ପ୍ରଥମ ଥର ପାଇଁ ନୁହେଁ କି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏଭଳି ସମ୍ମାନ ମିଳିଛି, ଏହା ପୂର୍ବରୁ ଦକ୍ଷିଣ କୋରିଆ, ସାଉଦି ଆରବ ଏବଂ ୟୁଏନରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ସମ୍ମାନରେ ସମ୍ମାନିତ କରାସାରିଛି ।

KNews Bureau

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

7 mins ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

16 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

28 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

35 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

37 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

55 mins ago