Below header

ନୂଆ ମନ୍ତ୍ରିମଣ୍ଡଳରେ କିଏ ? ଚାଲିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘରେ ଉଚ୍ଚ ସ୍ତରୀୟ ବୈଠକ

ନୂଆଦିଲ୍ଲୀ (କେନ୍ୟୁଜ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘରେ ଉଚ୍ଚ ସ୍ତରୀୟ ବୈଠକ। ଦିଲ୍ଲୀରେ ବରିଷ୍ଠ ମନ୍ତ୍ରୀ ମାନଙ୍କ ସହ ଘନ ଘନ ବୈଠକ କରୁଛନ୍ତି ମୋଦି। ପ୍ରାୟ ୫ଘଣ୍ଟା କାଳ ଚାଲିଥିଲା ବୈଠକ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କ ସମେତ କେନ୍ଦ୍ରୀୟ ମନ୍ତ୍ରୀ ପରିଷଦର ଅନ୍ୟ ସହଯୋଗୀଙ୍କ ସହ ଆଲୋଚନା କରିଛନ୍ତି ମୋଦି । ବୈଠକରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ଥିଲେ। ବୈଠକରେ ମନ୍ତ୍ରୀ ମାନଙ୍କ କାର୍ଯ୍ୟର ସମୀକ୍ଷା ସହ ମନ୍ତ୍ରିମଣ୍ଡଳ ଅଦଳ ବଦଳ ନେଇ ଆଲୋଚନା ହୋଇଥିବା ଚର୍ଚ୍ଚା ହେଉଛି।

ଏହି ବୈଠକ ମନ୍ତ୍ରିମଣ୍ଡଳ ଅଦଳ ବଦଳର ପ୍ରଥମ ପ୍ରକ୍ରିୟା ହୋଇପାରେ ବୋଲି କିଛି ବିଜେପି ନେତା କହିଛନ୍ତି। ଏହାସହ ଆଗକୁ ଉତ୍ତର ପ୍ରଦେଶ ସହ ୫ରାଜ୍ୟରେ ବିଧାନସଭା ନିର୍ବାଚନ ଥିବାରୁ ବୈଠକରେ ଆଲୋଚନା ହୋଇଥିବା କୁହାଯାଉଛି ।

କଂଗ୍ରେସ ଛାଡ଼ି ବିଜେପିରେ ଯୋଗ ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ, ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୱାଲ, ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ଦିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି। ତେବେ ଓଡ଼ିଶାରୁ ଆଉ କିଏ ସ୍ଥାନ ପାଇବେ, କାହାର ପଲା ଭାରୀ, ତାକୁ ନେଇ ଜୋର ଧରିଲାଣି ଚର୍ଚ୍ଚା । ସାଂସଦ ସୁରେଶ ପୂଜାରୀ, ଜୁଏଲ ଓରାମ, ସଂଗୀତା ସିଂହଦେଓ, ଅପରାଜିତା ଷଡ଼ଙ୍ଗୀ, ଅଶ୍ୱିନୀ ବୈଷ୍ଣବଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.