ଦେଶ ବିଦେଶ

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ମନେ ପଡିଲେ ଲତା ମଙ୍ଗେସକର, ପ୍ରଧାନମନ୍ତ୍ରୀ ମୋଦି ସେୟାର କଲେ ତାଙ୍କର ଶେଷ ଶ୍ଲୋକ

ଜାନୁଆରୀ ୨୨ ତାରିଖକୁ ସମଗ୍ର ଦେଶ ଅପେକ୍ଷା କରି ରହିଛନ୍ତି । ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉପରେ ସମସ୍ତଙ୍କ ନଜର ରହିଛି । ଘରେ ଘରେ ଜୟ ଶ୍ରୀରାମ ନାରା ଲଗାଯାଉଛି । ପ୍ରତ୍ୟେକ ଘରେ ଦୀପ ଜଳାଇ ଭଗବାନ ରାମଙ୍କ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରହିଛନ୍ତି । ତେବେ ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ଵିଟରରେ ଏକ ପୋଷ୍ଟ ସେୟାର କରି କୋକିଳ କଣ୍ଠୀ ଲତା ମଙ୍ଗେସକରଙ୍କୁ ମନେ ପକାଇଛନ୍ତି ।

ପ୍ରାଣ ପ୍ରତିଷ୍ଠା ପୂର୍ବରୁ ପିଏମ ମୋଦି ଲତା ମଙ୍ଗେସକରଙ୍କୁ ମନେ ପକାଇ ଲେଖିଛନ୍ତି, ସମଗ୍ର ଦେଶ ବଡ ଉତ୍ସାହର ସହିତ ୨୨ ଜାନୁଆରୀକୁ ଅପେକ୍ଷା କରିଛନ୍ତି । ଏହାମଧ୍ୟରେ ଲୋକମାନେ ଲତା ଦିଦି ମନେ ପଡିବେ । ତାଙ୍କ ଦ୍ୱାରା ଗାଇଥିବା ଶ୍ଳୋକ ସେୟାର କରୁଛି । ତାଙ୍କ ପରିବାର ରେକର୍ଡ କରିଥିବା ଶେଷ ଶ୍ଲୋକ ।

ଲତା ମଙ୍ଗେସକର ଦ୍ୱାରା ରେକର୍ଡ କରାଯାଇଥିବା ଶେଷ ଶ୍ଲୋକ ‘ଶ୍ରୀ ରାମାର୍ପଣ’ । ସେ ଏତେ ସୁନ୍ଦର ଗାଇଛନ୍ତି, ସମସ୍ତେ ମନ୍ତ୍ରମୁଗ୍ଧ ହୋଇଯାଇଛନ୍ତି ।

ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟା ରାମମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ହେବ । ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ବଲିଉଡ ଠାରୁ ଆରମ୍ଭ କରି ଅନେକ ଜଣାଶୁଣା ଲୋକଙ୍କୁ ନିମନ୍ତ୍ରଣ ଦିଆଯାଇଛି । ରାମମନ୍ଦିର ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ହେବ । ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ପ୍ରାୟ ୭ ହଜାରରୁ ଅଧିକ ପ୍ରତିଷ୍ଠିତ ଲୋକଙ୍କୁ ନିମନ୍ତ୍ରଣ କରାଯାଇଛି । ରାମ ମନ୍ଦିର ୨୧ ଓ ୨୨ ତାରିଖରେ ଭକ୍ତ ପାଇଁ ବନ୍ଦ ରହିବ । ଏହାପରେ ୨୩ ତାରିଖରୁ ଭକ୍ତଙ୍କ ପାଇଁ ଦର୍ଶନ ଓ ପୂଜା କରିବା ପାଇଁ ମନ୍ଦିର ଖୋଲାଯିବ ।

Swagatika

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago